ଚନ୍ଦାହାଣ୍ଡି ଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Jul 14, 2025 - 18:00
 0  50
ଚନ୍ଦାହାଣ୍ଡି ଠାରେ  ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୪.୦୭.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ,ଚନ୍ଦାହାଣ୍ଡି ବି ଡି ଓ , ତହସିଲଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୩୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ୨୦ ଜଣ ଦିବ୍ୟାଙ୍ଗଙ୍କୁ ହୁଇଲ ଚେୟାର ଏବଂ ୧୪ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ସହାୟତା ପ୍ରଦାନ କରାଯାଇଥିଲା !

 ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ