ଚନ୍ଦାହାଣ୍ଡି ବ୍ଲକଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୨,୧୧,୨୦୨୪ ରିଖ ଚନ୍ଦାହାଣ୍ଡି ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ମହେଶ୍ୱର ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ଉପଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବଟକୃଷ୍ଣ ମିଶ୍ର ଏବଂ ବି ଡି ଓ ରାମକୃଷ୍ଣ ନାୟକ ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୫୩ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୩୯ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ଏହି ଅବସରରେ ସାମାଜିକ ସୁରକ୍ଷା ବିଭାଗ ଦ୍ଵାରା ୧ ଜଣଙ୍କୁ ହୁଇଲ ଚେୟାର ଏବଂ ୩୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନାର ନୂତନ ସହାୟତା କାର୍ଡ ପ୍ରଦାନ କରଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






