ଜିଲ୍ଲା ସଡ଼କ ସୁରକ୍ଷା କମିଟି ଓ ଟାସ୍କଫୋର୍ସ ବୈଠକ

Aug 29, 2026 - 17:40
 0  4
ଜିଲ୍ଲା ସଡ଼କ ସୁରକ୍ଷା କମିଟି ଓ ଟାସ୍କଫୋର୍ସ ବୈଠକ

ଝାରସୁଗୁଡ଼ା,୨୯।୮(ଫାଷ୍ଟ ନ୍ୟୁଜ ଓଡ଼ିଶା): ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଡିଏମ୍ଏଫ୍ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ଏବଂ ଜିଲ୍ଲା ହାଇୱେ ସୁରକ୍ଷା ଟାସ୍କଫୋର୍ସର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ଟ୍ରାଫିକ୍ ବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ କରିବା ଉପରେ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଜିଲ୍ଲାପାଳ ଶ୍ରୀ ଚହ୍ବାଣ ଜନସାଧାରଣଙ୍କ ଜୀବନର ସୁରକ୍ଷାକୁ ପ୍ରାଥମିକତା ଦେଇ ସଡ଼କ ସୁରକ୍ଷା ନିୟମାବଳୀକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଗୌରହରି ହାଁସଦା ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ଦୁଇଚକିଆ ଯାନ ଚାଳକଙ୍କ ପାଇଁ ହେଲମେଟ୍ ପରିଧାନ ବାଧ୍ୟତାମୂଳକ କରିବା, ମଦ୍ୟପାନ କରି ଗାଡ଼ି ଚଳାଉଥିବା ଚାଳକଙ୍କ ବିରୋଧରେ ନିୟମିତ ଯାଞ୍ଚ ଅଭିଯାନ ଚଳାଇବା ଏବଂ ମାଲବାହୀ ଯାନରେ ବେଆଇନ ଭାବେ ଯାତ୍ରୀ ପରିବହନ ରୋକିବା ଉପରେ ସେ ବିଶେଷ ଗୁରୁତ୍ୱାରୋପ କରିଥିଲେ। ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ ମୋଟର ଯାନ ଆଇନ ଅନୁଯାୟୀ କଠୋର ଏନଫୋର୍ସମେଣ୍ଟ ତଥା ଦଣ୍ଡବିଧାନ କରାଯିବ ବୋଲି ସେ ସ୍ପଷ୍ଟ କରିଥିଲେ। ଜିଲ୍ଲାର ଶିଳ୍ପାଞ୍ଚଳ ତଥା ଜାତୀୟ ରାଜପଥରେ ଭାରୀ ଯାନବାହନ ଚଳାଚଳକୁ ସୁଗମ, ନିରାପଦ ଓ ଶୃଙ୍ଖଳିତ କରିବା ନିମନ୍ତେ ଟ୍ରାଫିକ୍ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବାକୁ ନିଷ୍ପତ୍ତି ନିଆଯାଇଛି। ଦୁର୍ଘଟଣାପ୍ରବଣ ସ୍ଥାନ ଗୁଡ଼ିକର ଚିହ୍ନଟ, ସଡ଼କ ମରାମତି ଏବଂ ସଚେତନତା କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ଏହି ବୈଠକରେ ପୋଲିସ ପ୍ରଶାସନ, ଜାତୀୟ ରାଜପଥ ପ୍ରାଧିକରଣ, ପୂର୍ତ୍ତ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ସ୍ଥାନୀୟ ଶିଳ୍ପ ସଂସ୍ଥାର ପ୍ରତିନିଧି, ବସ୍ ଓ ଟ୍ରକ୍ ମାଲିକ ସଂଘର କର୍ମକର୍ତ୍ତା ଏବଂ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହି ନିଜ ନିଜର ମତାମତ ଉପସ୍ଥାପନ କରିଥିଲେ।

 ଝାରସୁଗୁଡ଼ା ରୁ ସମୀର କୁମାର ପଟେଲଙ୍କ ରିପୋର୍ଟ ଫାଷ୍ଟ ନ୍ୟୁ ଜ ଓଡ଼ିଶ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ