ଜିଲ୍ଲା ସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

Mar 30, 2025 - 21:10
 0  13
ଜିଲ୍ଲା ସ୍ତରୀୟ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା ତା ୩୦-୦୩-୨୦୨୫ ରିଖ ଆଜି ଭବାନୀପାଟଣା, କଳାହାଣ୍ଡି ଜିଲ୍ଲାର ଶ୍ରୀକୃଷ୍ଣ ନଗର ପଡିଆ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକାଭିମୁଖୀ ଅନ୍ତ୍ୟୋଦୟ ଗୃହ ଯୋଜନା ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ବାରିପଦା ବ୍ଲକ ପରିସରରେ ଜ଼ିଲ୍ଲା ପରିଷଦ, ମୟୁରଭଞ୍ଜ ଆନୁକୂଲ୍ୟରେ ଏହି ଯୋଜନାର ଜିଲ୍ଲା ସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା,ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଈଶ୍ୱର ଚନ୍ଦ୍ର ନାଏକ, ଜ଼ିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା, ଏପିଡି ଶ୍ରୀ ଶାନ୍ତନୁ କୁମାର ନାୟକ, ବାରିପଦା ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ପରିବାର ପାଇଁ ବାସ ଗୃହ ଏକ ମୌଳିକ ଆବଶ୍ୟକତା। ତେଣୁ ଏହି ଯୋଜନା ମାଧ୍ୟମ ରେ ଏହି ମୌଳିକ ଆବଶ୍ୟକତାକୁ ପୂରଣ କରାଯାଇ ପକ୍କା ଗୃହ ଯୋଗାଇ ଦିଆଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯେଉଁମାନେ ଘର ପାଇବାରୁ ବଞ୍ଚିତ ହେଉଛନ୍ତି ଏବଂ ଅତ୍ୟଧିକ ଗରିବ, ଭିନ୍ନକ୍ଷମ, ବିଧବା, ଘର ପୋଡି ରେ ନଷ୍ଟ ହୋଇଥବା ବାସହୀନ, କର୍କଟ ଭଳି ମାରାତ୍ମକ ରୋଗରେ ପୀଡିତ ବ୍ୟକ୍ତି, ହାତୀ ଦ୍ୱାରା ଅବା ବନ୍ୟା ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟର ଶିକାର ହୋଇ ବାସହୀନ ଲୋକଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ବେହେରା ଏହି ଯୋଜନା ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିବା ସହ ଆଜି ସୁଦ୍ଧା ଜିଲ୍ଲାରେ ସମୁଦାୟ ୨୨୫୩ ଜଣଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଉଛି ବୋଲି ପ୍ରକାଶ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ସୟ ବାରିପଦା ବ୍ଲକର ପଞ୍ଜିକୃତ ହୋଇଥିବା ୧୧୬ ଜଣ ହିତାଧିକାରୀ ମାନଙ୍କ ମଧ୍ଯରୁ କିଛି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ଅନୁଷ୍ଠିତ କାଯ୍ୟକ୍ରମରେ ବିଭିନ୍ନ ପଦାଧିକାରୀ, ବାରିପଦା ବ୍ଲକ ର ବିଭିନ୍ନ ପଂଚାୟତର କାର୍ଯ୍ୟକର୍ତ୍ତା, ପିଆରଆଇ ମେମ୍ବର, ମହିଳା ସ୍ୱୟଂସହାୟିକା ଗୋଷ୍ଠୀର ସଦସ୍ୟା ମାନେ ଉପସ୍ଥିତ ଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ