ଜିଲ୍ଲା ସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ

Aug 13, 2026 - 06:01
 0  11
ଜିଲ୍ଲା ସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ

*ଝାରସୁଗୁଡ଼ା, ୧୨/୦୮(ଫାଷ୍ଟ ନ୍ୟୁଜ ଓଡ଼ିଶା):* ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଡି.ଏମ୍.ଏଫ୍. ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ରାଜସ୍ୱ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ସମସ୍ତ ରାଜସ୍ୱ ସମ୍ବନ୍ଧୀୟ କାର୍ଯ୍ୟବଳୀ ଓ ସରକାରୀ ଯୋଜନାର ଅଗ୍ରଗତି ନେଇ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଏଥିସହ ସରକାରୀ ରାଜସ୍ୱ ବୃଦ୍ଧି ଓ ସେବାଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ। ଏହି ସମୀକ୍ଷା ବୈଠକରେ ରାଜସ୍ୱ, ଅବକାରୀ, ଆର.ଟି.ଓ, ପଞ୍ଜୀକରଣ କାର୍ଯ୍ୟାଳୟ, ଖଣି ଓ ଜଳକର ବାବଦକୁ ଆଦାୟ ହେଉଥିବା ରାଜସ୍ୱର ସ୍ଥିତି ନେଇ ଆଲୋଚନା କରାଯାଇଥିଲା। ଏହା ବ୍ୟତୀତ କୃଷକ ପଞ୍ଜୀକରଣ, ମ୍ୟୁଟେସନ, ଓଆରଟିପିଏସ ସେବା, ବିଭିନ୍ନ ସାର୍ଟିଫିକେଟ୍ ମାମଲା, ଜବରଦଖଲ ଉଚ୍ଛେଦ ମାମଲା ଏବଂ ପୁରୁଣା ଅଭିଲେଖଗୁଡ଼ିକର ସ୍କାନିଂ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ ସମୀକ୍ଷା କରିଥିଲେ। ବୈଠକରେ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ମଧ୍ୟରେ ଜଙ୍ଗଲ ଜମି ଚିହ୍ନଟ, ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ପଟ୍ଟା ପ୍ରଦାନ, ରାଜ୍ୟ ସରକାରଙ୍କ 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ' ଯୋଜନା ପାଇଁ ଉପଯୁକ୍ତ ଜମି ଚିହ୍ନଟ ପ୍ରକ୍ରିୟା ଉପରେ ବିଶେଷ ଆଲୋଚନା ହୋଇଥିଲା। ଏହିସବୁ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଉପସ୍ଥିତ ସମସ୍ତ ତହସିଲଦାର ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀ ଲଳିତ ସୋରେଙ୍ଗ, ଉପ-ଜିଲ୍ଲାପାଳ ଶ୍ରୀ ସବ୍ୟସାଚୀ ପଣ୍ଡାଙ୍କ ସମେତ ଜିଲ୍ଲାର ସମସ୍ତ ତହସିଲଦାର, ରାଜସ୍ୱ ଅଧିକାରୀ ଓ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

 ଝାରସୁଗୁଡ଼ା ରୁ ସମୀର କୁମାର ପଟେଲଙ୍କ ରିପୋର୍ଟ ଫାଷ୍ଟ ନ୍ୟୁଜ ଓଡ଼ିଶା

What's Your Reaction?

Like Like 1
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ