ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବାରିପଦା: ୦୫.୦୧.୨୦୨୬// ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତା ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ ଜିଲ୍ଲା ଶିକ୍ଷାଧିକାରୀ ଶଶୀଧର ସିଂହ, ରିଜର୍ଭ ପୋଲିସ ଇନ୍ସ୍ପେକଟର ଆଲୋକ କୁମାର କାନୁନଗୋ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିକାଶ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଏହି ଜାତୀୟ ଦିବସକୁ ଆନନ୍ଦ,ଉଲ୍ଲାସ ଓ ଶୃଙ୍ଖଳାର ସହ ପାଳନ କରିବା ସହ ପ୍ରତ୍ୟେକ ବିଭାଗ ସେମାନଙ୍କ ଦାୟିତ୍ବ ସୁଚାରୁରୂପେ ନିର୍ବାହ ପାଇଁ ସେ ପରାମର୍ଶ ଦେଇଥିଲେ। ବିସ୍ତୃତ ଆଲୋଚନାରେ ନିଷ୍ପତ୍ତି କ୍ରମେ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ୨୬ ଜାନୁଆରୀରେ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ପୂର୍ବାହ୍ନ ୮.୩୦ ମିନିଟ ସମୟରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ ଓ ଉଦବୋଧନ ଦେବେ ।ଏହା ପରେ ପଡିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ , ପୁରସ୍କାର ବିତରଣ,ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଉତ୍କଳ ବାଳାଶ୍ରମର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ, ଭିନ୍ନକ୍ଷମ ବିଦ୍ୟାଳୟରେ ମିଷ୍ଟାନ୍ନ ବଣ୍ଟନ, ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ ପରେ ରକ୍ତ ଦାନ ଶିବିରରେ ଯୋଗ ଦେବେ। ରାମଧୂନ, ପ୍ରଭାତଫେରୀ ଜାତୀୟ ପତାକା ଉତ୍ତୋଳନ ଓ ମୁଖ୍ୟ ଅତିଥିଙ୍କ ଅଭିବାଦନ ଗ୍ରହଣ, ବହୁ ଭାଷା କବି ସମ୍ମିଳନୀ, ଫଳ-ବିସ୍କୁଟ /ମିଷ୍ଠାନ୍ନ ବଣ୍ଟନ, ପୁରସ୍କାର ବିତରଣୀ ଉତ୍ସବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ପ୍ରସ୍ତୁତି କାର୍ଯ୍ୟକ୍ରମ ବିଷୟରେ ଅତିରିକ୍ତ ଜିଲ୍ଲାପାଳ ଆଲୋଚନା କରି ସମସ୍ତ ବିଭାଗୀୟ କର୍ମଚାରୀଙ୍କୁ ଯଥାରୀତି ଦାୟିତ୍ୱ ନେବା ବିଷୟରେ ଅବଗତ କରାଇଥିଲେ। ଅଭ୍ୟାସ ପ୍ୟାରେଡ ଚଳିତ ମାସ ୨୧, ୨୨ ଓ ୨୪ ତାରିଖ ପୂର୍ବାହ୍ନ ୭:୩୦ ଘଟିକା ରେ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ହେବ। ପ୍ୟାରେଡ଼ ପଡିଆ ସଜ୍ଜା, ବ୍ୟାରିକେଡ ନିର୍ମାଣ, ଶାନ୍ତି ଶୃଙ୍ଖଳା ରକ୍ଷା, ପରିଷ୍କାର ପରିଛନ୍ନତା, ପାନୀୟ ଜଳ ଯୋଗାଣ, ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା,ଉତ୍ସବ ମଞ୍ଚକୁ ଫୁଲ କୁଣ୍ଡରେ ସଜେଇବା ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ବିଭାଗୀୟ ଅଧିକାରୀ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦିଆଗଲା।
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0