ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା : ନୂଆପଡ଼ା ସଦ୍ଭାବନା ସଭା ଗୃହଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜି ଆର୍ ରେଡ୍ଡି ରାଘବେନ୍ଦ୍ରଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ଆସିଥିବା ସମସ୍ତ ୮୬ ଗୋଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ ୬୮ ଟି ବ୍ୟକ୍ତିଗତ ଓ ୧୮ଟି ଗୋଷ୍ଠୀଗତ ଅଭିଯୋଗ ଥିଲା । ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। କୁକୁଡ଼ାତାଲ ଗାଁ ର ଶ୍ରବଣ ବାଧିତ ମହିଳା ନନ୍ଦିନୀ ଦାଶଙ୍କୁ ଗୋଟିଏ ଶ୍ରବଣ ଯନ୍ତ୍ର ଯୋଗାଇ ଦିଆଗଲା। ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ,ବନଖଣ୍ଡ ଅଧିକାରୀ ବନ୍ୟ ଜନ୍ତୁ- ମହାଦେବ ବଡ଼ାଇକ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଗୁରୁପ୍ରସାଦ ଜେନା , ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଜିଲ୍ଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝୀ, ଭରତ ଲାଲ ସାହୁ ଓ ଉମା ଠାକୁର ପ୍ରମୁଖ ଉପସ୍ଥିତ ଥିଲେ L ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ , ଡେପୁଟି କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ L ଏଠାରେ ସମସ୍ତ ପ୍ରଶାସନିକ ଅଧିକାରୀ, ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ର ଆୟୋଜନ ହୋଇଥିଲା ଯେଉଁଠାରେ ସ୍ଵାସ୍ଥ୍ୟ ବିଶେଷଜ୍ଞ ଡଃ ରମେଶ ଚନ୍ଦ୍ର ପାଠକ, ଡଃ ଅନୁପ କୁମାର ଅଗ୍ରୱାଲ ପ୍ରମୁଖ ଚିକିତ୍ସା ସେବା ଯୋଗାଇ ଦେଇଥିଲେ L ସେହିପରି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଗୋଟିଏ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା L ଶିବିରରେ ଅଭିଯୋଗ ପାଇଁ ଆସୁଥିବା ବ୍ୟକ୍ତି ମାନଙ୍କ ପାଇଁ ଛାୟା, ଚୌକି ଓ ପିଇବା ପାଣି ବ୍ୟବସ୍ଥା କରା ଯାଇଥିଲା । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପ୍ରାଣି ସମ୍ପଦ ବିଭାଗ ଦ୍ଵାରା କାଦୋମେରୀ ପଞ୍ଚାୟତରେ ଏକ ପ୍ରାଣୀ ଚିକିତ୍ସା ଶିବିର ଆୟୋଜନ କରାଯାଇଥିଲା ।
ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା
What's Your Reaction?






