ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ରହିବା ପାଇଁ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ

Dec 8, 2025 - 19:33
 0  56
ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ରହିବା ପାଇଁ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ

କଳାହାଣ୍ଡି ମକୁନ୍ଦ ନାଏକ:( ଫାଷ୍ଟ ନ୍ୟୁଜ ଓଡିଶା )ତା. ୦୮.୧୨.୨୦୨୫ – କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଜନଶୁଣାଣି ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୭୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୪୯ ଗୋଟି ଓ ସାମୂହିକ ୨୨ ଗୋଟି ରହିଥିବା ବେଳେ ୧୧ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ରାସ୍ତା ଘାଟ ମରାମତି, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଜଙ୍ଗଲ ଜମି ପଟ୍ଟା, ସ୍କୁଲ ରେ ପାଚେରୀ, ଗେଟ୍ ନିର୍ମାଣ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏହି ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିର ରେ କିଛି ଜିଲ୍ଲା ସ୍ତରୀୟ ଅଧିକାରୀ ଅନୁପସ୍ଥିତ ରହି ଥିବାରୁ ଆଗାମୀ ବ୍ଳକ ଏବଂ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିର ରେ ଜନସାଧାରଣଙ୍କ ଆପତ୍ତି ଅଭିଯୋଗ ର ତୁରନ୍ତ ସମାଧାନ ନିମନ୍ତେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ନିଜେ ଶିବିର ରେ ଉପସ୍ଥିତ ରହି ଆପତ୍ତି ଅଭିଯୋଗ ର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ କଡା ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢୀ, ଉପଜିଲ୍ଲାପାଳ ଧର୍ମଗଡ଼ ପ୍ରେକ୍ଷା ଅଗ୍ରୱାଲ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୁର୍ଯ୍ୟୋଧନ ଭୋଇ, ଏସ.ଡି.ପି.ଓ. ଧର୍ମଗଡ଼ ଡୋଳାମଣି ଭୋଇ,ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ,ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ତଥା ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ୍ ନିଶା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ହେମସାଗର ମହାନନ୍ଦ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କହ୍ନର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ର, ସ୍ଥାନୀୟ ବ୍ଲକ ଉନ୍ନୟନ ଅଧିକାରୀ ଓ ତହସିଲଦାର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଏବଂ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ । ଆସନ୍ତା ତା. ୧୫.୧୨.୨୦୨୫ ଦିନ କେସିଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ