ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ୨ୟ ଦିନର ଖେଳ (ଟିମ- ସି ବିଜୟୀ)

ବାରିପଦା - ତା :- ୧୮/୦୫/୨୦୨୪ ରିଖ ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସହଯୋଗରେ ଆୟୋଜିତ ଜିଲ୍ଲାସ୍ତରୀୟ ଆନ୍ତଃ ବିଦ୍ୟାଳୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ୨ୟ ଦିନର ଖେଳରେ ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ - ସି, ଟିମ - ବି କୁ ୩୭ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଟିମ- ସି ୨୦ ଓଭରରେ ୭ ଉଇକେଟ ହରାଇ ୧୧୩ ରନ ସଂଗ୍ରହ କରିଥିଲେ I ଦଳ ପକ୍ଷରୁ ବିଶ୍ୱ ପି ସାହୁ ୩୦ ରନ ସଂଗ୍ରହ କରିଥିବାବେଳେ ବିପକ୍ଷ ଦଳର ସତ୍ୟମ ପାତ୍ର ୩ ଟି ଉଇକେଟ ଅକ୍ତିଆର କରିଥିଲେ I ଉତ୍ତରରେ ଟିମ - ବି ୧୬. ୨ ଓଭରରେ ସମସ୍ତ ଉଇକେଟ ହରାଇ ୭୬ ରନ ସଂଗ୍ରହ କରିପାରିଥିଲେ I ବିପକ୍ଷ ଦଳର ତାଜ ରୋଶନ ପରିଡା ୪ ଟି ଉଇକେଟ ଅକ୍ତିଆର କରି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ I ଗଣମାଧ୍ୟମ ସଂଯୋଜକ ତଥା ପୂର୍ବତନ କ୍ରିକେଟ ଖେଳାଳି ସୋମନାଥ ସିଂହ, କ୍ରିକେଟ ସମ୍ପାଦକ ହରପ୍ରସାଦ ପାତ୍ର, ସହ ସମ୍ପାଦକ ବୈଦ୍ୟନାଥ ରଥ ଓ ଅଶୋକ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଯୁବ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଅମିତାଭ ପଟ୍ଟନାୟକ ଓ ସୁଶାନ୍ତ ମହାନ୍ତି ଖେଳ ପରିଚାଳନା କରିଥିବା ବେଳେ ସମ୍ବିତ କୁମାର ମହାରଣା ସ୍କୋରିଂରେ ସହାୟତା ପ୍ରଦାନ କରିଥିଲେ I ଆସନ୍ତା କାଲି ମୟୁରଭଞ୍ଜ କମ୍ବାଇଣ୍ଡ ସ୍କୁଲ ଟିମ - ଇ ଏବଂ ଟିମ - ସି ମଧ୍ୟରେ ଖେଳ ଅନୁଷ୍ଠିତ ହେବ I
What's Your Reaction?






