।। ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ -୨୦୨୪ ଅନୁଷ୍ଠିତ ।।

Jun 26, 2024 - 20:52
 0  13
।। ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ -୨୦୨୪ ଅନୁଷ୍ଠିତ ।।

ବାରିପଦା: ୨୬.୦୬.୨୦୨୪// ଆନ୍ତର୍ଜାତୀୟ ନିଶାଦ୍ରବ୍ୟର କୁ-ପ୍ରଭାବ ଓ ଚୋରାଚାଲାଣ ନିରାକରଣ ଦିବସ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ବୁଧବାର ଦିନ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ପ୍ରଶାସନର ସାମାଜିକ ସୁରକ୍ଷା ବିଭାଗ ଏବଂ ଜିଲ୍ଲା ଅବକାରୀ ବିଭାଗର ମିଳିତ ଅନୁକୁଲ୍ୟରେ ଏହି ଦିବସଟିକୁ ହର୍ଷୋଲ୍ଲାସରେ ସହିତ ପାଳନ କରାଯାଇଛି । ଏହି ଦିବସ ପ୍ରାରମ୍ଭରେ, ଜିଲ୍ଲା ଅବକାରୀ କାର୍ଯ୍ୟାଳୟର କର୍ମକର୍ତା, ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟର କର୍ମକର୍ତା ଏବଂ ବାରିପଦା ସ୍ଥିତ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଏକ ଜନସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲିକୁ ସବୁଜ ପତାକା ଦେଖାଇ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବିଭୁତି ଭୂଷଣ ନାୟକ , ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ନେତ୍ରାନନ୍ଦ ମଲ୍ଲିକ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ ଏବଂ ତତ୍ସହିତ ବିଭିନ୍ନ ଉଦ୍ଦୀପନାମୂଳକ ସ୍ଲୋଗାନ ଦ୍ୱାରା, ଛାତ୍ରଛାତ୍ରୀ ତଥା ବାରିପଦା ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ବରୀୟ ବିଶ୍ୱବିଦ୍ୟାଳୟର କର୍ମକର୍ତା ମାନେ ଯୋଗଦେଇ ଏହି ରାଲିକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ବାରିପଦା ଷ୍ଟାଡିଅମ ପର୍ଯ୍ୟନ୍ତ ନେଇଥିଲେ ଏବଂ ସହିଦ ସ୍ମୃତି ଭବନ ଠାରେ ଆୟୋଜିତ କର୍ମଶାଳାରେ ଯୋଗ ଦେଇଥିଲେ। ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବିଭୁତି ଭୂଷଣ ନାୟକ , ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ନେତ୍ରାନନ୍ଦ ମଲ୍ଲିକ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବାରିପଦା ବରିଷ୍ଠ ନାଗରିକ ସଂଘର ସମ୍ପାଦକ, ଶ୍ରୀ ଶ୍ୟାମ ସୁନ୍ଦର ଦାସ, ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଶ୍ରୀ ବିଜୟ କୁମାର ଦାଶ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ବେହେରା, ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର କଅଁର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅବିନାଶ ପାଣି ଏବଂ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ଅବନୀମୋହନ ମହାନ୍ତି, ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ବରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ ସଂଚାଳିକା, ବି.କେ.ଉମା ପ୍ରମୁଖ ମଞ୍ଚାସୀନ ଥିଲେ I ଏହି ଉତ୍ସବରେ ସମାଜର ବିଭିନ୍ନ କ୍ଷେତ୍ରର ବହୁସଙ୍ଖ୍ୟକ ଲୋକ ଅଂଶଗ୍ରହଣ କରିଥିଲେ ।

 ମୟୁରଭଞ୍ଜ ଜିଲ୍ଲାରୁ ଗୌର ଦାସଗିରି ରିପୋର୍ଟ ଫାଷ୍ଟ ନ୍ୟୁଜ ଓଡ଼ିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ