ଡ଼ାବୁ ଗାଁ ଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Aug 25, 2025 - 19:27
 0  44
ଡ଼ାବୁ ଗାଁ ଠାରେ  ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୨୫.୦୮.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲାର ଡ଼ାବୁ ଗାଁ ପଞ୍ଚାୟତ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ବିଶ୍ଵଜିତ ବର୍ମନ୍ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର,ବି ଡି ଓ ଶରତ କୁମାର ମାଝୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୧୯ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୧୩ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ