।। ଡ଼ାବୁ ଗାଁ ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ।।

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୦୯.୦୬.୨୦୨୫ ରିଖ: ଡ଼ାବୁଗାଁ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ତହସିଲଦାର ଗୀତା ମୁର୍ମୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୧୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ ଜଣ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ହୁଇଲ ଚେୟାର ଏବଂ ୪ ଜଣଙ୍କୁ ବୈଶାଖୀ ସହାୟତା ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






