ଡ଼ାବୁଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Feb 16, 2026 - 17:20
 0  26
ଡ଼ାବୁଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୬.୦୨.୨୦୨୬ ରିଖ: ଡାବୁଗାଁ ପଞ୍ଚାୟତ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଡି ଏଫ୍ ଓ ଶୁଭେନ୍ଦୁ ପ୍ରସାଦ ବେହେରା,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଯଦୁମଣି ନାଏକ,ବି ଡି ଓ ସମୀର ପାତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୭ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୧୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୩ଟି ଟ୍ରାଇସାଇକେଲ ଏବଂ ୧ ଟି ହୁଇଲ ଚେୟାର ପ୍ରଦାନ କରାଯାଇଥିଲା ! ୩ଜଣ ବିଭିନ୍ନ କାରଣରୁ ଅଙ୍ଗହୀନ ହୋଇଥିବା ଦିବ୍ୟାଙ୍ଗ ଙ୍କୁ କୃତିମ ଅଙ୍ଗ ପ୍ରଦାନ ନିମନ୍ତେ ମଞ୍ଜୁରୀ କରାଯାଇଥିଲା ! ସେଭଳି ବିଭିନ୍ନ କାରଣରୁ ଆହତ ଏବଂ ଅକ୍ଷମ ୪ଜଣ ରୋଗୀଙ୍କୁ ଉତ୍ତମ ଶାରୀରିକ ଚିକିତ୍ସା ନିମନ୍ତେ ଉନ୍ନତ ପୁନର୍ବାସ କେନ୍ଦ୍ର ରେ ଯନ୍ତ୍ରଣା ଉପଶମ ଓ ଚିକିତ୍ସା ପାଇଁ ପଦକ୍ଷେପ ନିଆଗଲା !

 ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ