।। ଡ଼ାବୁଗାଁ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ।।

Oct 1, 2024 - 20:53
 0  78
।। ଡ଼ାବୁଗାଁ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ।।

ନବରଙ୍ଗପୁର ତା୩୦.୯.୨୦୨୪: ଆଜି ଡ଼ାବୁଗାଁ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ ମିଶ୍ର ,ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବୀଣା ମାଝୀ ,ବି ଡି ଓ ଡ଼ାବୁ ଗାଁ ଶରତ ମାଝୀ,ଡି ଏସ ଏସ ଓ ସୁଧାଂଶୁ ପାତ୍ର ଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ୪ଜଣଙ୍କୁ ହୁଇଲ ଚେୟାର,୧ଜଣଙ୍କୁ ଟ୍ରାଇ ସାଇକେଲ ଏବଂ ୮ ଜଣଙ୍କୁ ନୂତନ ଭାବେ ଅନ୍ତର୍ଭୁକ୍ତ ମଧୁବାବୁ ପେନସନ ଯୋଜନା ର ସହାୟତା ପ୍ରଦାନ କରାଗଲା !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ