ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି

Sep 11, 2024 - 09:26
 0  34
ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ପ୍ରସ୍ତୁତି

ନବରଙ୍ଗପୁର ( ରଞ୍ଜିତନାୟକ ) ୧୦/୦୯/୨୦୨୪: ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଧେଶ କ୍ରମେ ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ଶନିବାର ଦିନ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି ! ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ! ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ଆଦେଶ କ୍ରମେ ନବରଙ୍ଗପୁର,ଉମରକୋଟ, ରାଇଘର,ଚନ୍ଦାହାଣ୍ଡି ଓ ଝରିଗାଁ ରେ ଥିବା ବିଚାରାଳୟ ଗୁଡିକରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୪ ଅନୁଷ୍ଟିତ ହେବାକୁ ଯାଉଛି ! ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧୀନ ମକଦ୍ଧମା ଯଥା-ଦେୱାନୀ, ଫୌଜଦାରୀ (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟ।ଙ୍କ ଋଣ, ବିଦୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନ୍ସ ଇତ୍ୟାଦି ମକଦ୍ଧମାର ଆପୋଶ ସହମତିରେ ସହଜଓ ଚୁଡାନ୍ତ ସମାଧାନ ହୋଇଥାଏ ! ଏହି ଲୋକ ଅଦାଲତରେ କେବଳ ବିଚାରଧୀନ ମକଦ୍ଧମା ନୁହେଁ, ବରଂ ପ୍ରାକ- ମକଦ୍ଧମା ସ୍ତରୀୟ (ମକଦ୍ଧମାକୁ ଯିବା ପୂର୍ବରୁ) ବିବାଦ ଯଥା- ବ୍ୟ।ଙ୍କ ଋଣ ଦେୟ, ବିଜୁଳି/ ଜଳଯୋଗାଣ ଦେୟ,ଚେକ ବାଉନ୍ସ ସମ୍ବଦ୍ଧିୟ ବିବାଦ, ଶ୍ରମବିବାଦ ଇତ୍ୟାଦିର ଆପୋଶ ସହମତିରେ ସମାଧାନ ମଧ୍ୟ ହୋଇପାରିବ ! ସବିଶେଷ ବିବରଣୀ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର, ତାଲୁକ ଆଇନ ସେବା କମିଟି, ଉମରକୋଟ ଓ ଚନ୍ଦାହାଣ୍ଡି ସହ ତୁରନ୍ତ ଯୋଗାଯୋଗ କରନ୍ତୁବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀମତୀ ସାଇ ଅଭୀପ୍ସା ଗୋଛାୟତ ସୂଚନା ଦେଇଛନ୍ତି ! ଯୋଗାଯୋଗ ନମ୍ବର. ୧୫୧୦୦/ ୦୬୮୫୮-୨୨୨୪୪୫/ ୦୬୮୫୮-୨୨୨୫୪୫. ।

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ