ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ : ୨ଗୁରୁତର

Sep 8, 2025 - 16:34
 0  3
ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ : ୨ଗୁରୁତର

କନ୍ଧମାଳ:(ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର , କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ