।। ଧନ୍ଦାମୂଳକ ଶିକ୍ଷାର୍ଥୀ ଙ୍କ ଶିଳ୍ପ ପରିଭ୍ରମଣ ।।

Feb 2, 2024 - 19:15
 0  50
।। ଧନ୍ଦାମୂଳକ ଶିକ୍ଷାର୍ଥୀ ଙ୍କ ଶିଳ୍ପ ପରିଭ୍ରମଣ ।।

ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣ କୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀ ଛାତ୍ର ଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି।ଏହି ପରିଭ୍ରମଣ ରେ ନାରାୟଣ ଉଚ୍ଚ ବିଦ୍ୟାଳୟ ର ନବମ ଓ ଦଶମ ଶ୍ରେଣୀର ପରିଧାନ ବିଭାଗ ର ୬୮ ଶିକ୍ଷାର୍ଥୀ ଏବଂ( ସ୍ପୋକ ସ୍କୁଲ)ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣ କୁଳ ର ୧୧ ଶିକ୍ଷାର୍ଥୀ ସାମିଲ ହୋଇଛନ୍ତି।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ କାଞ୍ଚନ ଷଡ଼ଙ୍ଗୀ ଙ୍କ ତତ୍ୱାବଧାନ ରେ ଦୁଇଟି ବିଦ୍ୟାଳୟ ର ଛାତ୍ରୀ ଛାତ୍ର ମାନେ ସୋଲପଟା ସ୍ଥିତ ବାଲୁଙ୍କେଶ୍ୱର ତନ୍ତୁବାୟ ସମିତି କୁ ପରିଭ୍ରମଣ କରିଥିଲେ। ତନ୍ତୁବାୟ ସମିତି ର ସମ୍ପାଦକ ସନ୍ତୋଷ କୁମାର ନାୟକ , ଜିଲ୍ଲା ବୟନଶିଳ୍ପ ବିଭାଗ ର ଟେକ୍ନିସିଆନ ପ୍ରମୋଦ ବିହାରୀ କୌର ଏବଂ ନାରାୟଣ ଉଚ୍ଚ ବିଦ୍ୟାଳୟ ର ପରିଧାନ ବିଭାଗ ର ପ୍ରଶିକ୍ଷିକା ଶ୍ରୀମତୀ ରୋଜାଲିନ ମିଶ୍ର ଙ୍କ ସହାୟତା ରେ ତନ୍ତ ରେ କପଡା ର ବୁଣେଇ,ସୁତାର ବ୍ୟବହାର ,କପଡ଼ାରେ ରଙ୍ଗ ପ୍ରସ୍ତୁତ ସହ ବିଭିନ୍ନ ପ୍ରକାର ହସ୍ତତନ୍ତ ବିଷୟରେ ଶିକ୍ଷାର୍ଥୀ ଙ୍କୁ ଶିକ୍ଷା ଦେଇଥିଲେ। ଧନ୍ଦାମୂଳକ ଶିକ୍ଷା ର ଭାରପ୍ରାପ୍ତ ଅଧିକାରିଣୀ ଶ୍ରୀମତୀ ପ୍ରଜ୍ଞ। ପରାମିତ ସାହୁ ଏବଂ ବରିଷ୍ଠ ଶିକ୍ଷକ ରଶ୍ମିରଞ୍ଜନ ମିଶ୍ର ଶିକ୍ଷା କ୍ଷେତ୍ରରେ ଧନ୍ଦାମୂଳକ ଶିକ୍ଷା ର ଉପାଦେୟତା ବିଷୟରେ ମତ ପ୍ରକାଶ କରିଛନ୍ତି ।ଶିକ୍ଷାର୍ଥୀ ଙ୍କ ଶିଳ୍ପାନୁଷ୍ଠାନ ପରିଭ୍ରମଣ ଧନ୍ଦାମୂଳକ ଶିକ୍ଷା ରେ ବିଶେଷ ଲାଭପ୍ରଦ ହେବ ବୋଲି ଶିକ୍ଷୟତ୍ରୀ ,ଶିକ୍ଷକ ଏବଂ ଅଭିଭାବକ ମାନେ ମତ ଦେଇଛନ୍ତି।

 ନୟାଗଡ ରୁ ସତ୍ୟଜିତ ଷଡ଼ଙ୍ଗୀ ଙ୍କ ରିପୋର୍ଟ କୋରାପୁଟ ପ୍ରଥମ ଖବର

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ