ନନ୍ଦାହାଣ୍ଡି ଠାରେ ଅତିରିକ୍ତ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୦.୦୮.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ପଞ୍ଚାୟତ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ ) ବିଶ୍ଵଜିତ ବର୍ମନ୍ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ବ୍ଲକ ଅଧ୍ୟକ୍ଷା ରଶ୍ମିତା ମାଝୀ,ବି ଡି ଓ କ୍ଷୀରୋଦ ଚନ୍ଦ୍ର ସାହୁ,ତହସିଲଦାର ଚନ୍ଦ୍ରଦାସ ମହାନନ୍ଦିଆଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୩ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୫ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧୫ ଜଣଙ୍କୁ ମଧୁବାବୁ ପେନସନ ଯୋଜନା ରେ ଅନ୍ତର୍ଭୂକ୍ତ ସହାୟତା ରାଶି ସହ କାର୍ଡ ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






