ନନ୍ଦାହାଣ୍ଡି ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୧୯.୦୫.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡା ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର ,ବି ଡି ଓ କ୍ଷୀରୋଦ ଚନ୍ଦ୍ର ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୨୫ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !ସାମାଜିକ ସୁରକ୍ଷା ବିଭାଗ ତରଫରୁ ୩ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହ୍ବିଲ ଚେୟାର ପ୍ରଦାନ କରାଯାଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?






