ନବରଙ୍ଗପୁର ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୦୨.୦୨.୨୦୨୬ ରିଖ: ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ତପନ କୁମାର ଖୁଣ୍ଟିଆ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ନବରଙ୍ଗପୂର ପ୍ରକାଶ କୁମାର ମିଶ୍ର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ୧ ଟି ଅଭିଯୋଗ ସମାଧାନ ତତକ୍ଷଣାତ କରାଯାଇଥିଲା ! ମୁଖ୍ୟତଃ ଭତ୍ତା,ଜମିପଟ୍ଟା,ବିଦ୍ୟୁତ୍, ସ୍ଵାସ୍ଥ୍ୟ,ଶ୍ରମ, ଲକ୍ଷ୍ମୀ ବସ ଚଳାଚଳ,ଆବାସ ଉପରେ ବିଶେଷ ଅଭିଯୋଗ ପଞ୍ଜିକରଣ ହୋଇଥିଲା !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0