ନବରଙ୍ଗପୁର ଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Dec 1, 2025 - 21:49
 0  21
ନବରଙ୍ଗପୁର ଠାରେ ଜିଲ୍ଲାପାଳ  ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୦୧.୧୨.୨୦୨୫ ରିଖ: ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ତପନ କୁମାର ଖୁଣ୍ଟିଆ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆଦିତ୍ୟ କୁମାର ସେନ,ଖଣ୍ଡିୟ ବନ ଅଧିକାରୀ ଶୁଭେନ୍ଦୁ ପ୍ରସାଦ ବେହେରା,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଓ ୦୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ୦୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା !

ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ