ନବରଙ୍ଗପୁର ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Jan 6, 2026 - 15:29
 0  14
ନବରଙ୍ଗପୁର ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା:୦୫.୦୧.୨୦୨୬ ରିଖ: ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ )ଣତପନ କୁମାର ଖୁଣ୍ଟିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ,ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର , ଡି ଏସ ପି ସରୋଜ ପୁନମ କିଷ୍ପୋଟାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୪୪ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୪ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା ! ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୦୬ ଟି କୃତିମ ଅଙ୍ଗ ପ୍ରଦାନ କରାଯାଇଥିଲା ! ୦୫ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ କରାଯାଇଥିଲା !

 ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ