ନବରଙ୍ଗପୁର ଠାରେ ଜିଳ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Jun 2, 2025 - 18:41
 0  44
ନବରଙ୍ଗପୁର ଠାରେ ଜିଳ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୦୨.୦୬.୨୦୨୫ ରିଖ: ନବରଙ୍ଗପୁର ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ! ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ତପନ କୁମାର ଖୁଣ୍ଟିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ! ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ ! ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା !ଅଭିଯୋଗ ମୁଖ୍ୟତଃ ରାସନ୍ କାର୍ଡ,ଆବାସ ଗୃହ,ପାନୀୟ ଜଳ,ଆୟୁଶ୍ମାନ କାର୍ଡ,ବିଦ୍ୟୁତ୍ ଉପରେ ଥିଲା ! ଜିଲ୍ଲାପାଳ ଅଭିଯୋଗ ଶୁଣାଣୀ ଶିବିରରେ ପୂର୍ବରୁ ଏ ପର୍ଯ୍ୟନ୍ତ ବକେୟା ସମସ୍ୟାର ସମାଧାନ କରି ନ ଥିବା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ତାଗିଦ କରିଥିଲେ ଏବଂ ଶୀଘ୍ର ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ! ଅଭିଯୋଗ ଶୁଣାଣୀ ପରେ ଜିଲ୍ଲାରେ ଆସନ୍ତା ଜୁନ ୧୨ ରୁ ୧୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବିକାଶ ମେଳାରେ ବିଭାଗୀୟ ପ୍ରଦର୍ଶନୀ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ କହିଥିଲେ !

 ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ