ନବରଙ୍ଗପୁର ଠାରେ ୧୬ତମ ଜାତୀୟ ମତଦାତା ଦିବସ ପାଳିତ
ନବରଙ୍ଗପୁର,( ରଞ୍ଜିତ ନାୟକ ) ତା: ୨୫.୦୧.୨୦୨୬ ରିଖ: ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଙ୍କ ଅଧ୍ୟକ୍ଷତା ରେ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଅଛି ! ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପଦ,ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ତପନ କୁମାର ଖୁଣ୍ଟିଆ,ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ୱ ) ବିଶ୍ୱଜିତ୍ ଚନ୍ଦ୍ର ବର୍ମନ୍ ,ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ! ଏହି ଅବସରରେ ସକାଳ ୯.୦୦ ଘ ସମୟରେ ସ୍ଥାନୀୟ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ମିଶନ ଶକ୍ତି ସମ୍ମିଳନୀ ଗୃହ ପର୍ଯ୍ୟନ୍ତ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ! ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ,ଜିଲ୍ଲା ସ୍ତରୀୟ ଅଧିକାରୀ,ବି ଏଲ୍ ଓ,ନିର୍ବାଚନ କାର୍ଯ୍ୟଳୟ ର କର୍ମଚାରୀ ସାମିଲ ହୋଇଥିଲେ ! ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଏହି ଶୋଭାଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ! ଜାତୀୟ ମତଦାତା ଦିବସ ଉପଲକ୍ଷେ "ମୋ ଭାରତ ମୋ ଭୋଟ" ବିଷୟ ଉପରେ ପ୍ରବନ୍ଧ, ବିତର୍କ, କୁଇଜ୍ ଭଳି ବିଭିନ୍ନ ବର୍ଗର ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀମାନଙ୍କୁ ସମ୍ମାନିତ କରାଗଲା ! ଏହା ବ୍ୟତୀତ ୪ ଟି ନିର୍ବାଚନମଣ୍ଡଳୀର ଭଲ ପ୍ରଦର୍ଶନ କରିଥିବା ବି ଏଲ ଓ ଏବଂ ବି ଏଲ ଓ ପର୍ଯ୍ୟବେକ୍ଷକମାନଙ୍କୁ ଏବଂ ସମସ୍ତ ଇ ଆର ଓଏବଂ ଏ ଇ ଆର୍ ଓ ମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରାଗଲା ! କାର୍ଯ୍ୟକ୍ରମ ଶେଷରେ ଡେପୁଟି କଲେକ୍ଟର ( ନିର୍ବାଚନ ) ଚିନ୍ମୟ ସାହୁ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଜଣାଇଥିଲେ !
ନବରଙ୍ଗପୁର ରୁ ରଞ୍ଜିତ ନାୟକ ଙ୍କ ରିପୋର୍ଟ First News Odisha !
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0