ନବୀନ ପଟ୍ଟନାୟକ ଅଦ୍ଵିତୀୟ- ଦିବ୍ୟ ଶଙ୍କର ମିଶ୍ର

Jan 29, 2026 - 19:45
 0  233
ନବୀନ ପଟ୍ଟନାୟକ ଅଦ୍ଵିତୀୟ- ଦିବ୍ୟ ଶଙ୍କର ମିଶ୍ର

ଭବାନୀପାଟଣା ୨୯/୦୧- ସ୍ଥାନୀୟ ମିଡ଼ ଟାଉନ ହୋଟେଲ ଠାରେ ପୂର୍ବତନ ସାଂସଦ ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଆଜି ସ୍ପଷ୍ଟୀକରଣ ଦେଇଛନ୍ତି l ସେ କହିଛନ୍ତି , ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆମର ସର୍ବମାନ୍ୟ ଓ ଅଦ୍ଵିତୀୟ ନେତା l ଓଡିଶାବାସୀ ତାଙ୍କୁ ବହୁତ ଭଲ ପାଇବା ଦେଇଛନ୍ତି l ଏବେ ଭାରତୀୟ ଜନତା ପାର୍ଟି ର ସରକାର ଓଡ଼ିଶାରେ ଆସିଲା ପରେ ନାରୀ ଓ ଶିଶୁ ନିର୍ଯ୍ୟାତନା ବଢିଛି, ଯୁବକ ଓ ଚାଷୀଙ୍କୁ ନ୍ୟାୟ ଦେବାରେ ଏ ସରକାର ବିଫଳ ହୋଇଛି l ଏଣୁ ଆଗାମୀ ୨୦୨୯ ମସିହାରେ ପୁଣି ଥରେ ଲୋକଙ୍କ ଆଶୀର୍ବାଦ ପାଇ ମାନ୍ୟବର ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି l ବିଧାୟକ ହିସାବରେ ଅନେକ ଜାଗାକୁ ଅତିଥି ହିସାବରେ ଆମେ ଯାଇଥାଉ l ବଲାଙ୍ଗୀରର ଏକ ଫୁଟବଲ ଟୁର୍ନାମେଣ୍ଟ କୁ ମୁଁ ଅତିଥି ଭାବରେ ଯାଇ ସ୍ଥାନୀୟ ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶଂସା କରି ମଞ୍ଚ ଓ ମଞ୍ଚ ତଳେ ବାଇଟ୍ ଦେବା ସମୟରେ ଉଲ୍ଲେଖ କରିଥିଲି । ଯେ, କଳୀକେଶ ଜଣେ ଜାତୀୟ ସ୍ତରର ରାଇଫଳ ଖେଳାଳୀ ଏବଂ ଜାତୀୟ ରାଇଫଳ ଏସୋସିଏସନ ର ସଭାପତି ମଧ୍ୟ ଅଛନ୍ତି l ସେ ଜଣେ ଭଲ ପୂର୍ବତନ ସାଂସଦ, ବର୍ତ୍ତମାନର ଯୁବ ବିଧାୟକ ଅଟନ୍ତି। ସେ ଜଣେ ଭଲ ସ୍ପୋର୍ଟ୍ସ ମ୍ୟାନ ମଧ୍ୟ । ତେଣୁ ଆଗାମୀ ଯୁବ ପିଢ଼ି ତାଙ୍କୁ ଜଣେ ରୋଲ ମୋଡେଲ ଭାବରେ ଗ୍ରହଣ କରି ଆଗକୁ ବଢ଼ିପାରିବେ ବୋଲି ମତାମତ ଦେଇଥିଲି l ରାଜ୍ୟ ସ୍ତରରେ ଯୁବକ ମାନଙ୍କ ନେତୃତ୍ୱ ନେବା ପାଇଁ ତାଙ୍କର ଯଥେଷ୍ଟ ଦକ୍ଷତା ରହିଛି ବୋଲି ପ୍ରଶଂସା କରିବା ସହିତ ତାଙ୍କ ଜେଜେବାପା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ ବୋଲି ଉଲ୍ଲେଖ କରିଥିଲି l ବଲାଙ୍ଗୀରରେ ଦେଇଥିବା ମୋ ବାଇଟ୍ ଓ ଅଭିଭାଷଣକୁ କିଛି ଗଣମାଧ୍ୟମ କଟ୍ ପ୍ୟାଷ୍ଟ କରି ଉପସ୍ଥାପନା କରୁଛନ୍ତି l ତେଣୁ ଏ ସମ୍ପର୍କରେ ସମ୍ପୂର୍ଣ୍ଣ ରୂପରେ ମୁଁ କହିବାକୁ ଚାହେଁ ଯେ ଓଡିଶାର ସର୍ବମାନ୍ୟ ନେତା ଏବଂ ମୋର ନେତା ହେଉଛନ୍ତି ଶ୍ରୀ ନବୀନ ପଟ୍ଟନାୟକ । ସେ ଅଦ୍ଵିତୀୟ ଏବଂ ତାଙ୍କର ମାର୍ଗଦର୍ଶନରେ ଆମେ ସମସ୍ତେ ବିଧାୟକ, ସାଂସଦ , ନେତୃମଣ୍ଡଳୀ ତଥା ସମସ୍ତ ଦଳୀୟ କର୍ମକର୍ତ୍ତା କାମ କରୁଛୁ l ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ଓଡିଶା ବାସୀଙ୍କ ସେବା ଆଗକୁବି ଜାରି ରଖିଥିବ l ବର୍ତ୍ତମାନ ସାମ୍ପ୍ରତିକ ସ୍ଥିତିରେ ଚାଷୀ ଅନେକେ ଅସୁବିଧାର ସମ୍ମୁଖୀନ ହୋଉଛନ୍ତି । ମଣ୍ଡିରୁ ଧାନ ଉଠିପାରୁ ନାହିଁ । ମହିଳା ଓ ଯୁବକଙ୍କୁ ଆଜି ରାଜ୍ୟରେ ନିଯୁକ୍ତିର ସୁଯୋଗ ନାହିଁ । ଏହାବ୍ୟତୀତ ଅନେକେ କ୍ଷେତ୍ରରେ ଏ ସରକାର ବିଫଳ ହୋଇଛି । ତେଣୁ ତୃଣମୂଳ ସ୍ତରରେ ଜନ ଆକ୍ରୋଶ ଦିନକୁଦିନ ବଢିବାରେ ଲାଗିଛି l ଲୋକ ମନସ୍ଥ କଲେଣି ଆଗାମୀ ପଞ୍ଚାୟତ ନିର୍ବାଚନରେ ଜନମତ ବିଜେଡି ସପକ୍ଷରେ ଯିବା ସହ ୨୦୨୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରି ବିଜେପି ସରକାରକୁ ଜବାବ ଦେବେ l କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ବିଶେଷ ଆମେ ଯାହା କହିଲେ ବି ଅନ୍ୟ ପ୍ରକାରରେ ଉପସ୍ଥାପନା କରିବାକୁ ପ୍ରଚେଷ୍ଟା କରୁଛନ୍ତି l ଏଣୁ ସେମାନେ ଏଥିରୁ କ୍ଷାନ୍ତ ରହିବାକୁ ଅନୁରୋଧ କରୁଛି ବୋଲି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। *ନବୀନ ପଟ୍ଟନାୟକ ଅଦ୍ଵିତୀୟ- ଦିବ୍ୟ ଶଙ୍କର ମିଶ୍ର l* ଭବାନୀପାଟଣା ୨୯/୦୧- ସ୍ଥାନୀୟ ମିଡ଼ ଟାଉନ ହୋଟେଲ ଠାରେ ପୂର୍ବତନ ସାଂସଦ ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଆଜି ସ୍ପଷ୍ଟୀକରଣ ଦେଇଛନ୍ତି l ସେ କହିଛନ୍ତି , ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆମର ସର୍ବମାନ୍ୟ ଓ ଅଦ୍ଵିତୀୟ ନେତା l ଓଡିଶାବାସୀ ତାଙ୍କୁ ବହୁତ ଭଲ ପାଇବା ଦେଇଛନ୍ତି l ଏବେ ଭାରତୀୟ ଜନତା ପାର୍ଟି ର ସରକାର ଓଡ଼ିଶାରେ ଆସିଲା ପରେ ନାରୀ ଓ ଶିଶୁ ନିର୍ଯ୍ୟାତନା ବଢିଛି, ଯୁବକ ଓ ଚାଷୀଙ୍କୁ ନ୍ୟାୟ ଦେବାରେ ଏ ସରକାର ବିଫଳ ହୋଇଛି l ଏଣୁ ଆଗାମୀ ୨୦୨୯ ମସିହାରେ ପୁଣି ଥରେ ଲୋକଙ୍କ ଆଶୀର୍ବାଦ ପାଇ ମାନ୍ୟବର ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି l ବିଧାୟକ ହିସାବରେ ଅନେକ ଜାଗାକୁ ଅତିଥି ହିସାବରେ ଆମେ ଯାଇଥାଉ l ବଲାଙ୍ଗୀରର ଏକ ଫୁଟବଲ ଟୁର୍ନାମେଣ୍ଟ କୁ ମୁଁ ଅତିଥି ଭାବରେ ଯାଇ ସ୍ଥାନୀୟ ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶଂସା କରି ମଞ୍ଚ ଓ ମଞ୍ଚ ତଳେ ବାଇଟ୍ ଦେବା ସମୟରେ ଉଲ୍ଲେଖ କରିଥିଲି । ଯେ, କଳୀକେଶ ଜଣେ ଜାତୀୟ ସ୍ତରର ରାଇଫଳ ଖେଳାଳୀ ଏବଂ ଜାତୀୟ ରାଇଫଳ ଏସୋସିଏସନ ର ସଭାପତି ମଧ୍ୟ ଅଛନ୍ତି l ସେ ଜଣେ ଭଲ ପୂର୍ବତନ ସାଂସଦ, ବର୍ତ୍ତମାନର ଯୁବ ବିଧାୟକ ଅଟନ୍ତି। ସେ ଜଣେ ଭଲ ସ୍ପୋର୍ଟ୍ସ ମ୍ୟାନ ମଧ୍ୟ । ତେଣୁ ଆଗାମୀ ଯୁବ ପିଢ଼ି ତାଙ୍କୁ ଜଣେ ରୋଲ ମୋଡେଲ ଭାବରେ ଗ୍ରହଣ କରି ଆଗକୁ ବଢ଼ିପାରିବେ ବୋଲି ମତାମତ ଦେଇଥିଲି l ରାଜ୍ୟ ସ୍ତରରେ ଯୁବକ ମାନଙ୍କ ନେତୃତ୍ୱ ନେବା ପାଇଁ ତାଙ୍କର ଯଥେଷ୍ଟ ଦକ୍ଷତା ରହିଛି ବୋଲି ପ୍ରଶଂସା କରିବା ସହିତ ତାଙ୍କ ଜେଜେବାପା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ ବୋଲି ଉଲ୍ଲେଖ କରିଥିଲି l ବଲାଙ୍ଗୀରରେ ଦେଇଥିବା ମୋ ବାଇଟ୍ ଓ ଅଭିଭାଷଣକୁ କିଛି ଗଣମାଧ୍ୟମ କଟ୍ ପ୍ୟାଷ୍ଟ କରି ଉପସ୍ଥାପନା କରୁଛନ୍ତି l ତେଣୁ ଏ ସମ୍ପର୍କରେ ସମ୍ପୂର୍ଣ୍ଣ ରୂପରେ ମୁଁ କହିବାକୁ ଚାହେଁ ଯେ ଓଡିଶାର ସର୍ବମାନ୍ୟ ନେତା ଏବଂ ମୋର ନେତା ହେଉଛନ୍ତି ଶ୍ରୀ ନବୀନ ପଟ୍ଟନାୟକ । ସେ ଅଦ୍ଵିତୀୟ ଏବଂ ତାଙ୍କର ମାର୍ଗଦର୍ଶନରେ ଆମେ ସମସ୍ତେ ବିଧାୟକ, ସାଂସଦ , ନେତୃମଣ୍ଡଳୀ ତଥା ସମସ୍ତ ଦଳୀୟ କର୍ମକର୍ତ୍ତା କାମ କରୁଛୁ l ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ଓଡିଶା ବାସୀଙ୍କ ସେବା ଆଗକୁବି ଜାରି ରଖିଥିବ l ବର୍ତ୍ତମାନ ସାମ୍ପ୍ରତିକ ସ୍ଥିତିରେ ଚାଷୀ ଅନେକେ ଅସୁବିଧାର ସମ୍ମୁଖୀନ ହୋଉଛନ୍ତି । ମଣ୍ଡିରୁ ଧାନ ଉଠିପାରୁ ନାହିଁ । ମହିଳା ଓ ଯୁବକଙ୍କୁ ଆଜି ରାଜ୍ୟରେ ନିଯୁକ୍ତିର ସୁଯୋଗ ନାହିଁ । ଏହାବ୍ୟତୀତ ଅନେକେ କ୍ଷେତ୍ରରେ ଏ ସରକାର ବିଫଳ ହୋଇଛି । ତେଣୁ ତୃଣମୂଳ ସ୍ତରରେ ଜନ ଆକ୍ରୋଶ ଦିନକୁଦିନ ବଢିବାରେ ଲାଗିଛି l ଲୋକ ମନସ୍ଥ କଲେଣି ଆଗାମୀ ପଞ୍ଚାୟତ ନିର୍ବାଚନରେ ଜନମତ ବିଜେଡି ସପକ୍ଷରେ ଯିବା ସହ ୨୦୨୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରି ବିଜେପି ସରକାରକୁ ଜବାବ ଦେବେ l କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ବିଶେଷ ଆମେ ଯାହା କହିଲେ ବି ଅନ୍ୟ ପ୍ରକାରରେ ଉପସ୍ଥାପନା କରିବାକୁ ପ୍ରଚେଷ୍ଟା କରୁଛନ୍ତି l ଏଣୁ ସେମାନେ ଏଥିରୁ କ୍ଷାନ୍ତ ରହିବାକୁ ଅନୁରୋଧ କରୁଛି ବୋଲି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। *ନବୀନ ପଟ୍ଟନାୟକ ଅଦ୍ଵିତୀୟ- ଦିବ୍ୟ ଶଙ୍କର ମିଶ୍ର l* ଭବାନୀପାଟଣା ୨୯/୦୧- ସ୍ଥାନୀୟ ମିଡ଼ ଟାଉନ ହୋଟେଲ ଠାରେ ପୂର୍ବତନ ସାଂସଦ ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ଆଜି ସ୍ପଷ୍ଟୀକରଣ ଦେଇଛନ୍ତି l ସେ କହିଛନ୍ତି , ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆମର ସର୍ବମାନ୍ୟ ଓ ଅଦ୍ଵିତୀୟ ନେତା l ଓଡିଶାବାସୀ ତାଙ୍କୁ ବହୁତ ଭଲ ପାଇବା ଦେଇଛନ୍ତି l ଏବେ ଭାରତୀୟ ଜନତା ପାର୍ଟି ର ସରକାର ଓଡ଼ିଶାରେ ଆସିଲା ପରେ ନାରୀ ଓ ଶିଶୁ ନିର୍ଯ୍ୟାତନା ବଢିଛି, ଯୁବକ ଓ ଚାଷୀଙ୍କୁ ନ୍ୟାୟ ଦେବାରେ ଏ ସରକାର ବିଫଳ ହୋଇଛି l ଏଣୁ ଆଗାମୀ ୨୦୨୯ ମସିହାରେ ପୁଣି ଥରେ ଲୋକଙ୍କ ଆଶୀର୍ବାଦ ପାଇ ମାନ୍ୟବର ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି l ବିଧାୟକ ହିସାବରେ ଅନେକ ଜାଗାକୁ ଅତିଥି ହିସାବରେ ଆମେ ଯାଇଥାଉ l ବଲାଙ୍ଗୀରର ଏକ ଫୁଟବଲ ଟୁର୍ନାମେଣ୍ଟ କୁ ମୁଁ ଅତିଥି ଭାବରେ ଯାଇ ସ୍ଥାନୀୟ ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶଂସା କରି ମଞ୍ଚ ଓ ମଞ୍ଚ ତଳେ ବାଇଟ୍ ଦେବା ସମୟରେ ଉଲ୍ଲେଖ କରିଥିଲି । ଯେ, କଳୀକେଶ ଜଣେ ଜାତୀୟ ସ୍ତରର ରାଇଫଳ ଖେଳାଳୀ ଏବଂ ଜାତୀୟ ରାଇଫଳ ଏସୋସିଏସନ ର ସଭାପତି ମଧ୍ୟ ଅଛନ୍ତି l ସେ ଜଣେ ଭଲ ପୂର୍ବତନ ସାଂସଦ, ବର୍ତ୍ତମାନର ଯୁବ ବିଧାୟକ ଅଟନ୍ତି। ସେ ଜଣେ ଭଲ ସ୍ପୋର୍ଟ୍ସ ମ୍ୟାନ ମଧ୍ୟ । ତେଣୁ ଆଗାମୀ ଯୁବ ପିଢ଼ି ତାଙ୍କୁ ଜଣେ ରୋଲ ମୋଡେଲ ଭାବରେ ଗ୍ରହଣ କରି ଆଗକୁ ବଢ଼ିପାରିବେ ବୋଲି ମତାମତ ଦେଇଥିଲି l ରାଜ୍ୟ ସ୍ତରରେ ଯୁବକ ମାନଙ୍କ ନେତୃତ୍ୱ ନେବା ପାଇଁ ତାଙ୍କର ଯଥେଷ୍ଟ ଦକ୍ଷତା ରହିଛି ବୋଲି ପ୍ରଶଂସା କରିବା ସହିତ ତାଙ୍କ ଜେଜେବାପା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ ବୋଲି ଉଲ୍ଲେଖ କରିଥିଲି l ବଲାଙ୍ଗୀରରେ ଦେଇଥିବା ମୋ ବାଇଟ୍ ଓ ଅଭିଭାଷଣକୁ କିଛି ଗଣମାଧ୍ୟମ କଟ୍ ପ୍ୟାଷ୍ଟ କରି ଉପସ୍ଥାପନା କରୁଛନ୍ତି l ତେଣୁ ଏ ସମ୍ପର୍କରେ ସମ୍ପୂର୍ଣ୍ଣ ରୂପରେ ମୁଁ କହିବାକୁ ଚାହେଁ ଯେ ଓଡିଶାର ସର୍ବମାନ୍ୟ ନେତା ଏବଂ ମୋର ନେତା ହେଉଛନ୍ତି ଶ୍ରୀ ନବୀନ ପଟ୍ଟନାୟକ । ସେ ଅଦ୍ଵିତୀୟ ଏବଂ ତାଙ୍କର ମାର୍ଗଦର୍ଶନରେ ଆମେ ସମସ୍ତେ ବିଧାୟକ, ସାଂସଦ , ନେତୃମଣ୍ଡଳୀ ତଥା ସମସ୍ତ ଦଳୀୟ କର୍ମକର୍ତ୍ତା କାମ କରୁଛୁ l ବିଜୁ ଜନତା ଦଳର ନେତା ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ଓଡିଶା ବାସୀଙ୍କ ସେବା ଆଗକୁବି ଜାରି ରଖିଥିବ l ବର୍ତ୍ତମାନ ସାମ୍ପ୍ରତିକ ସ୍ଥିତିରେ ଚାଷୀ ଅନେକେ ଅସୁବିଧାର ସମ୍ମୁଖୀନ ହୋଉଛନ୍ତି । ମଣ୍ଡିରୁ ଧାନ ଉଠିପାରୁ ନାହିଁ । ମହିଳା ଓ ଯୁବକଙ୍କୁ ଆଜି ରାଜ୍ୟରେ ନିଯୁକ୍ତିର ସୁଯୋଗ ନାହିଁ । ଏହାବ୍ୟତୀତ ଅନେକେ କ୍ଷେତ୍ରରେ ଏ ସରକାର ବିଫଳ ହୋଇଛି । ତେଣୁ ତୃଣମୂଳ ସ୍ତରରେ ଜନ ଆକ୍ରୋଶ ଦିନକୁଦିନ ବଢିବାରେ ଲାଗିଛି l ଲୋକ ମନସ୍ଥ କଲେଣି ଆଗାମୀ ପଞ୍ଚାୟତ ନିର୍ବାଚନରେ ଜନମତ ବିଜେଡି ସପକ୍ଷରେ ଯିବା ସହ ୨୦୨୯ ନିର୍ବାଚନରେ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରି ବିଜେପି ସରକାରକୁ ଜବାବ ଦେବେ l କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତି ବିଶେଷ ଆମେ ଯାହା କହିଲେ ବି ଅନ୍ୟ ପ୍ରକାରରେ ଉପସ୍ଥାପନା କରିବାକୁ ପ୍ରଚେଷ୍ଟା କରୁଛନ୍ତି l ଏଣୁ ସେମାନେ ଏଥିରୁ କ୍ଷାନ୍ତ ରହିବାକୁ ଅନୁରୋଧ କରୁଛି ବୋଲି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ରୁ ମାନସ କୁମାର ନାଏକ ଙ୍କ ରିପୋର୍ଟ ଫାଷ୍ଟ ନ୍ୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ