ନାକାମାମୁଡି ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

Dec 15, 2025 - 21:48
 0  10
ନାକାମାମୁଡି ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି, ୧୫/୧୨/୨୫: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଳକ୍ ସ୍ଥିତ ନାକାମାମୁଡ଼ି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସୋମବାର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଙ୍କ ନିର୍ଦ୍ଦେଶ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଶ୍ମୀ ରଞ୍ଜନ ସେନାପତି ଉପସ୍ଥିତ ରହି ଜନ ସାଧାରଣଙ୍କ ଅଭିଯୋଗ ଗୁଡିକୁ ଶୁଣିଥିଲେ।ଏହି ଶିବିରରେ ମୋଟ ୧୧୩ ଟି ଅଭିଯୋଗର ଶୁଣାଣି ହୋଇଥିଲା । ତନ୍ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ ଥିବା ବେଳେ ୬୧ ଟି ସାମୁହିକ ଅଭିଯୋଗ ରହିଥିଲା।ବିଭିନ୍ନ ଯୋଜନାର ହାତ ପାହାନ୍ତା ରେ ସେବା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୟାମ୍ପ ଆୟୋଜନ କରାଯାଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ