ନୂଆପଡ଼ା ଜିଲ୍ଲା ଡୁମେରପାଣି ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ
ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ ଅନ୍ତର୍ଗତ ଡୁମେରପାଣି ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି l ଏଥିରେ ବନଖଣ୍ଡ ଅଧିକାରୀ ଅଜିଜ ଖାନ,ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ସୁର୍ମି ସୋରେନ, ସି ଡି ଏମ୍ ଓ ଡଃ ଧନେଶ୍ୱର ସେଠୀ,ଜିଲ୍ଲା ପରିଷଦ ସଭ୍ୟା ଉମା ଠାକୁର, ପଂଚାୟତ ସମିତି ଅଧକ୍ଷା ତାରେଶ୍ୱରୀ ସାହୁ, ତହସିଲଦାର ପ୍ରଣବ ରଞ୍ଜନ ସାହୁ, ବିଡ଼ିଓ ରୋହିତ ଭୋଇ, ସମିତି ସଭ୍ୟ ଚୁରଣସିଂ ମାଝୀ, ସ୍ଥାନୀୟ ସରପଞ୍ଚ ଟେକରାମ ସାହୁ ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ନୂଆପଡ଼ା ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସଭା ପରିଚାଳନା କରିଥିଲେ l ସଭାରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗଦେଇ ଶ୍ରମିକ ,କୃଷକ , ମହିଳା ତଥା ଜନସାଧାରଣଙ୍କ ପାଇଁ ଥିବା ବିଭିନ୍ନ ବିଭାଗୀୟ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ l ନିଜ ଅଭଭାଷଣରେ ଜିଲ୍ଲାପାଳ କହିଲେଯେ, ଯେମିତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରେଡ଼ିଓ ମାଧ୍ୟମରେ ମନ କି ବାତ କାର୍ଯ୍ୟକ୍ରମ ଦ୍ବାରା ଦେଶ ବାସୀଙ୍କୁ ସମ୍ବୋଧନ କରନ୍ତି ସେହିପରି, ସେ ନିଜର ମନ କଥା କହିବା ପାଇଁ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କୁ ନେଇ ଡୁମେରପାଣି ଆସିଛନ୍ତି। ଲୋକଙ୍କ ଦୁଃଖ ଶୁଣି ତାହା ଦୂର କରିବା, ପ୍ରବାସୀ ଶ୍ରମିକ ମାନଙ୍କ ପଳାୟନ ରୋକିବା ଏବଂ ଲୋକଙ୍କୁ ପ୍ରଗତି ପଥରେ ଆଗେଇ ନେବା ଏହି କାର୍ଯକ୍ରମର ମୂଳ ଲକ୍ଷ୍ୟ । ସେ ଡୁମେରପାଣି ପଂଚାୟତର ଉନ୍ନତି ପାଇଁ ଏହାକୁ ମ୍ୟୁନିସିପାଲଟି ସହ ମିଶେଇବା ପ୍ରସ୍ତାବକୁ ପୁନର୍ବିଚାର କରିବାକୁ ପଞ୍ଚାୟତିରାଜ ପ୍ରତିନିଧି ମାନଙ୍କୁ ଆହ୍ବାନ ଦେଇଥିଲେ। ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ l ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି l ଯେଉମାନେ ଗତ ବର୍ଷ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ଯାଇଥିଲେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦିଆଯିବ l ସମସ୍ତେ ମିଶି ନୂଆପଡ଼ାକୁ ପ୍ରବାସୀ ଶ୍ରମିକ ଏବଂ ପ୍ଲାଷ୍ଟିକ ମୁକ୍ତ ଜିଲ୍ଲାରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ l ପ୍ରଥମେ ସମାରୋହରେ ଝିଅ ପାଇଁ ଗଛଟିଏ ଏବଂ ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଜିଲ୍ଲାପାଳ ନବଜାତକ ଶିଶୁ କନ୍ୟାକୁ କୋଳରେ ଧରି ତାହାର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଶିଶୁର ପିତାମାତାଙ୍କୁ ଉପହାର ସହିତ ନୂତନ ବୃକ୍ଷ ଚାରା ପ୍ରଦାନ କରିଥିଲେ l ଗର୍ଭସ୍ଥ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମରେ ଗାଁର ଗର୍ଭବତୀ ମହିଳାଙ୍କୁ ଫଳମୂଳ, ପନିପରିବା, ପୃଷ୍ଟିକର ଖାଦ୍ୟ ଏବଂ ବିଭିନ୍ନ ଉପହାର ଅତିଥି ମାନେ ଭେଟି ଦେଇଥିଲେ l ଏହା ସହିତ ଅନ୍ନ ପ୍ରାସନ୍ନ ଦିବସ, ପୋଷଣ ମାସ, ଗୋଦ ଭରାଇ ଦିବସ, ମା ପାଇଁ ଗଛ ଟିଏ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା ।
ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା
What's Your Reaction?
Like
1
Dislike
0
Love
0
Funny
0
Angry
0
Sad
0
Wow
0