ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ କାଦୋମେରୀ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଅନୁଷ୍ଠିତ

May 5, 2025 - 20:43
 0  15
ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ କାଦୋମେରୀ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ସଚେତନତା ସଭା ଅନୁଷ୍ଠିତ

ନୁଆପଡ଼ା : ନୂଆପଡ଼ା ଜିଲ୍ଲା ନୂଆପଡ଼ା ବ୍ଲକ୍ କାଦୋମେରୀ ପଞ୍ଚାୟତରେ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି l ଏଥିରେ ଖରୀଆର ବନଖଣ୍ଡ ଅଧିକାରୀ ଅଜିଜ ଖାନ,ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ , ବ୍ଲକ୍ ଅଧ୍ୟକ୍ଷା ତାରେଶ୍ଵରୀ ସାହୁ , ଜିଲ୍ଲା ପରିଷଦ ସଦସ୍ୟା ଉମା ଠାକୁର,ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ, ସ୍ଥାନୀୟ ସରପଞ୍ଚ ସରୋଜ ବାରିକ, ଏଲ୍ ଡି ଏମ୍ ସୀତାରାମ ମେହେର, ସମିତି ସଭ୍ୟ ନିରୋଦ ଶବର ପ୍ରମୁଖ ଅତିଥି ହିସାବରେ ଯୋଗଦେଇଥିଲେ l ନୂଆପଡ଼ା ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ସମସ୍ତ ଅତିଥି, ଅଧିକାରୀ ତଥା ଜନସାଧାରଣଙ୍କୁ ସ୍ବାଗତ କରି ସରକାରଙ୍କ ବିଭିନ୍ନ ଜନ କଲ୍ୟାଣ କାରି ଯୋଜନା ସମ୍ବନ୍ଧରେ ଆଲୋକପାତ କରି ଥିଲେ l ସଭାରେ ଖରୀଆର ବନଖଣ୍ଡ ଅଧିକାରୀ ଅଜିଜ ଖାନ, ଉପ ନିର୍ଦ୍ଦେଶକ ହସ୍ତଶିଳ୍ପ ପୁଷ୍ପରଂଜନ ସାହୁ,ଜିଲ୍ଲା ଶ୍ରମ ଅଧିକାରୀ ରବୀନ୍ଦ୍ର ବାର୍ଲା,ପରିଚାଳକ ମିଶନ ଶକ୍ତି ସୁନୀଲ କୁମାର ମଲ୍ଲିକ, ଆର୍ ଟି ଓ ମାନ ସିଂ, ଜିମ୍ ଡି ଆଇ ସି ସମିର ମୁଦୁଲି, ତହସିଲଦାର ପ୍ରଣବ ରଞ୍ଜନ ସାହୁ , ଲିଡ୍ ବ୍ୟାଙ୍କ୍ ମେନେଜର ସୀତାରାମ ମେହେର, ପ୍ରମୁଖ ଯୋଗଦେଇ ଶ୍ରମିକ କୃଷକ ତଥା ଜନସାଧାରଣଙ୍କ ପାଇଁ ଥିବା ବିଭାଗୀୟ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ବନ୍ଧରେ ଅବଗତ କରାଇଥିଲେ l ପଂଚାୟତରେ ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୩୦୦ ଦିନରୁ ଅଧିକ କାମ କରିଥିବାରୁ ସଭାରେ ୪ ଜଣ ଶ୍ରମିକ ମାନଙ୍କୁ ଜିଲ୍ଲାପାଳ ଓ ଅତିଥିମାନେ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନିତ କରିଥିଲେ l ଜିଲ୍ଲାପାଳ ଗ୍ରାମବାସୀ ମାନଙ୍କୁ ଉଦବୋଧନ ଦେଇ କହିଲେଯେ ମନରେଗା ଯୋଜନାରେ ଜିଲ୍ଲାର ପ୍ରତି ଶ୍ରମିକ ପରିବାର ଙ୍କୁ 300 ଦିନର କାମ ସରକାର ଯୋଗାଇଦେବେ l ଏଥିରୁ ସେମାନେ ନିଜ ଗାଁରେ ରହି ଲକ୍ଷ ପତି ହୋଇପାରିବେ l ଘର ପାଖରେ ବିଭିନ୍ନ ଶ୍ରମଭିତ୍ତିକ କାମ ତଥା ବ୍ୟବସାୟ ଆରମ୍ଭ କରିବା ପାଇଁ ସହଜ ଋଣ ମିଳୁଥିବାରୁ ପ୍ରବାସୀ ଶ୍ରମିକ ହିସାବରେ ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସମସ୍ତେ ପଣ କରନ୍ତୁ l ଜିଲ୍ଲା ପ୍ରଶାସନ ସମସ୍ତ ଶ୍ରମିକ ମାନଙ୍କୁ ଖାଦ୍ୟ ,ଉତ୍ତମ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ ସୁବିଧା ସହିତ ଜୀବନ ଜୀବିକା ନିର୍ବାହ ପାଇଁ ବିଭିନ୍ନ ଯୋଜନାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି l ଜିଲ୍ଲାରେ ମା ଭଉଣୀ ମାନଙ୍କୁ ଆର୍ଥିକ ସଶକ୍ତ କରିବା ପାଇଁ ୨୦୨ କୋଟି ଟଙ୍କାର ଋଣ ଯୋଗାଇ ଦିଆଯାଇଛି ।ସମସ୍ତେ ମିଶି କାଦୋମେରୀକୁ ପ୍ରବାସୀ ଶ୍ରମିକ ମୁକ୍ତ ପଞ୍ଚାୟତରେ ପରିଣତ କରିବା ପାଇଁ ସେ ଆହ୍ଵାନ ଦେଇଥିଲେ l ଶିବିର ଆରମ୍ଭରେ ଜିଲ୍ଲାପାଳ ଓ ଅତିଥି ମାନେ ତିନୋଟି ନବଜାତକ କନ୍ୟା ଓ ସେମାନଙ୍କ ମା ମାନଙ୍କୁ ଉପହାର ଦେଇ ସମ୍ମାନିତ କରିଥିଲେ। ଗୋଟିଏ ଗର୍ଭିଣୀ ମାକୁ ଫଳମୂଳ ଓ ପୃଷ୍ଟିକର ଖାଦ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ବିଡିଓ ରୋହିତ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର, ନୂଆପଡା ସି ଡି ପି ଓ, ସ୍ଥାନୀୟ ସରପଞ୍ଚ ମିଳିତ ଭାବରେ ଆୟୋଜନ କରିଥିଲେ।

ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ