ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Jan 6, 2025 - 20:13
 0  13
ନୂଆପଡ଼ାରେ  ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡା : ତା - 06/01 /25 ଆଜି ନୂଆପଡ଼ା ସଦ୍ଭାବନା ସଭା ଗୃହଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡି ରାଘବେନ୍ଦ୍ରଙ୍କ ମିଳିତ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ମୋଟ 88 ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ 77 ଟି ବ୍ୟକ୍ତିଗତ 9 ଟି ଗୋଷ୍ଠୀଗତ ଓ 2 ଟି ରେଡ୍ କ୍ରସ୍ ସାହାଯ୍ୟ ସମ୍ବନ୍ଧୀୟ ଥିଲା lଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଘାଟିପଡା ଗାଁ ପିତୃମାତୃ ହିନ ଅସହାୟ ବାଳିକା ପୂର୍ଣ୍ଣିମା ସାହୁଙ୍କୁ ଦଶ ହଜାର ଟଙ୍କା ଏବଂ ଗୋବରା ଗାଁର ଇନ୍ଦିରା ମାଝୀ, ଯାହାଙ୍କର ସ୍ଵାମୀ ନିକଟ ଅତୀତରେ ଏକ ସଡକ ଦୂର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି ତାହାଙ୍କୁ ମଧ୍ୟ ଦଶ ହଜାର ଟଙ୍କାର ତତ୍କାଳୀନ ସହାୟତା ରେଡ୍ କ୍ରସ ପାଣ୍ଠି ରୁ ଯୋଗାଇ ଦିଆ ଯାଇଥିଲା l ଆଜିର ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ,ଜିଲ୍ଲା ବନଖଣ୍ଡ ଅଧିକାରୀ ଖଡ଼ିଆଳ ଅଜିଜ ଖାନ,ବନଖଣ୍ଡ ଅଧିକାରୀ ବନ୍ୟ ଜନ୍ତୁ- ମହାଦେବ ବଡ଼ାଇକ, ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବ୍ଲକ୍ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଭାର ପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକତ୍ସାଧିକାରୀ ଡଃ ଉମାକାନ୍ତ ମେହେର ପ୍ରମୁଖ ଉପସ୍ଥିତ ଥିଲେ l ତହସିଲଦାର ପୁଷ୍ପାଞ୍ଜଳୀ ଦଣ୍ଡପାଟ , ଡେପୁଟି କଲେକ୍ଟର ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ର ଆୟୋଜନ ହୋଇଥିଲା ଯେଉଁଠାରେ ସ୍ଵାସ୍ଥ୍ୟ ବିଶେଷଜ୍ଞ ଡଃ ରମେଶ ଚନ୍ଦ୍ର ପାଠକ, ଡଃ ଅନୁପ କୁମାର ଅଗ୍ରୱାଲ ପ୍ରମୁଖ ଚିକିତ୍ସା ଯୋଗାଇ ଦେଇଥିଲେ l ସେହିପରି ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ରେ ଗୋଟିଏ ରକ୍ତଦାନ ଶିବିର ମଧ୍ୟ ଅନୁଷ୍ଠିତ ହୋଇଥିଲା ।

ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ