ନୂଆପଡ଼ାରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Dec 1, 2025 - 21:38
 0  5
ନୂଆପଡ଼ାରେ  ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ  ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ନୂଆପଡ଼ା ମୁଖ୍ୟାଳୟ ସଦ୍ଭାବନା ସଭା ଗୃହଠାରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ ସିଂହଙ୍କ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ଶିବିରରେ ମୋଟ ୬୫ ଟି ଅଭିଯୋଗର ଶୁଣାଣି ପ୍ରଶାସନ କରିଛନ୍ତି। ଏଥିରୁ ୪୮ ଟି ବ୍ୟକ୍ତିଗତ ଏବଂ ୧୭ ଗୋଟି ସାମୁହିକ ଅଭିଯୋଗ ଥିଲା l ଏହି ସବୁ ଅଭିଯୋଗ ଉପରେ ଅତିଶିଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଦୁଇ ଜଣ ଅସହାୟଙ୍କୁ ରେଡକ୍ରସ୍ ପାଣ୍ଠିରୁ ତତ୍କାଳ ସହାୟତା ଯୋଗାଇ ଦିଆଯାଇଥିଲା l ଶିବିରରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହିତ ବନଖଣ୍ଡ ଅଧିକାରୀ ଖଡିଆଳ ଅଜିଜ ଖାନ୍, ଅତିରିକ୍ତ ଜିଲ୍ଲାପାଳ ସୁବାଷ ଚନ୍ଦ୍ର ରଇତ, ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୂଜୁର,ଜିଲ୍ଲା ମୂଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ , ଉପ ଜିଲ୍ଲାପାଳ ସୁର୍ମି ସୋରେନ୍ ପ୍ରମୁଖ ଉପସ୍ଥିତ ଥିଲେ l ବିଡ଼ିଓ ରୋହିତ ଭୋଇ, ତହସିଲଦାର ପ୍ରଣବ ରଞ୍ଜନ ସାହୁ , ଡେପୁଟି କଲେକ୍ଟର ଚିନ୍ମୟ ସାଗର, ଶେଖ୍ ନସିମ ଶିବିର ପରିଚାଳନାରେ ସହଯୋଗ କରିଥିଲେ l ଏଠାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ , ଯନ୍ତ୍ରୀ, ଲାଇନ୍ ବିଭାଗ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ଅଭିଯୋଗ ଶିବିର ପରିସରରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ଏକ ସ୍ଵାସ୍ଥ୍ୟ ଶିବିର ର ଆୟୋଜନ ହୋଇଥିଲା l ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା l ବର୍ଦ୍ଧିତ ଜନ ଶୁଣାଣୀ ହୋଇଥିବା ସାରାବଙ୍ଗ ଗାଁରେ ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗ ତରଫରୁ ଗୃହପାଳିତ ପଶୁପକ୍ଷୀଙ୍କ ପାଇଁ ଏକ ପ୍ରାଣୀ ଚିକିତ୍ସା ଶିବିର ମଧ୍ୟ ଆୟୋଜନ କରାଯାଇଥିଲା । ନୂଆପଡ଼ାରୁ ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ