ନୂଆପଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ର ଆବାସ ଲକ୍ଷ୍ୟ ବଣ୍ଟନ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

Nov 14, 2026 - 20:15
 0  5
ନୂଆପଡ଼ାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ)ର ଆବାସ ଲକ୍ଷ୍ୟ ବଣ୍ଟନ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ନୂଆପଡ଼ା : ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଓଡ଼ିଶା ପାଇଁ ନୂତନ ଆବାସ ଲକ୍ଷ୍ୟ ବଣ୍ଟନର ଶୁଭାରମ୍ଭ ଅବସରରେ ଆଜି ନୂଆପଡ଼ା ସଦର ମହକୁମା ସ୍ଥିତ ପୋଲିସ ପଡ଼ିଆଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀରଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଯୋଗଦେଇ ଆବାସ ଲକ୍ଷ୍ୟ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ନୂଆପଡ଼ାଠାରେ ଜିଲ୍ଲାପାଳ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ଜୟ ଢୋଲକିଆ, ଜ଼ିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ହୋମସିଂ ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ, ଉପାଧ୍ୟକ୍ଷା ଦୀପିକା ଦୀପ, ଜିଲ୍ଲା ପରିଷଦର ଅନ୍ୟାନ୍ୟ ଜନପ୍ରତିନିଧି, କୋମନା ଓ ନୂଆପଡ଼ା ପଞ୍ଚାୟତ ସମିତିର ଅଧ୍ୟକ୍ଷା, ଖରିଆର ରୋଡ଼ ଓ ନୂଆପଡ଼ା ଏନ୍‌ଏସିର ଅଧ୍ୟକ୍ଷାଙ୍କ ସମେତ ବିଭିନ୍ନ ଜନପ୍ରତିନିଧି ଯୋଗଦେଇଥିଲେ। ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁବାସ ଚନ୍ଦ୍ର ରଇତ ଓ ଗଣେଶ୍ୱର କହଁର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ ଲମ୍ବୋଦର ଧରୁଆଙ୍କ ସମେତ ନୂଆପଡ଼ା, କୋମନା, ବୋଡ଼େନ ଓ ସିନାପାଲି ବ୍ଲକର ବିଡିଓ, ଏନ୍‌ଏସିର ନିର୍ବାହୀ ଅଧିକାରୀ, ଅନ୍ୟାନ୍ୟ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀ, ହିତାଧିକାରୀ, ସାଧାରଣ ଜନତା ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ। ଗ୍ରାମାଞ୍ଚଳର ଗରିବ ଓ ଗୃହହୀନ ପରିବାରଙ୍କୁ ପକ୍କା ଘର ଯୋଗାଇଦେବା ସହ ସେମାନଙ୍କ ଜୀବନଧାରଣର ମାନରେ ଉନ୍ନତି ଆଣିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ଏହାଦ୍ୱାରା ଗ୍ରାମାଞ୍ଚଳର ଯୋଗ୍ୟ ହିତାଧିକାରୀମାନେ ସୁରକ୍ଷିତ ଓ ସମ୍ମାନଜନକ ବାସଗୃହ ପାଇବାର ସୁଯୋଗ ପାଇବେ। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ, ପିଏମ୍‌-ଆର୍‌ଏଚ୍‌ ବିଦେଶ ଘୋଷ ଓ ନୂଆପଡ଼ା ବିଡିଓ ରୋହିତ ଭୋଇଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମର ସମସ୍ତ ଆୟୋଜନ ଓ ପରିଚାଳନା କରାଯାଇଥିଲା। ଜିଲ୍ଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ କ୍ଷମାନିଧି ଭୋଇ ଧନ୍ୟବାଦ ଅର୍ପଣ କରିଥିବାବେଳେ ଜିଲ୍ଲା ସମ୍ବଳ ସଂଯୋଜକ ଅନିଲ କୁମାର ଲେଙ୍କା ମଞ୍ଚ ପରିଚାଳନା କରିଥିଲେ। ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନ୍ୟୁଜ୍ ଓଡ଼ିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ