ନୂଆପଡା ଜିଲ୍ଲାରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ପାଳିତ

Apr 26, 2025 - 20:40
 0  24
ନୂଆପଡା ଜିଲ୍ଲାରେ  କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ  ଜୟନ୍ତୀ ସମାରୋହ ପାଳିତ

ନୂଆପଡା : ନୂଆପଡା ଜିଲ୍ଲାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଜିଲ୍ଲା ପ୍ରଶାସନ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପାଳିତ ହୋଇ ଯାଇଛି । ଏହି ସମାରୋହରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ । ସମ୍ମାନିତ ଅତିଥି ରୂପେ ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବକ୍ତା ହିସାବରେ ପ୍ରାଧ୍ୟାପକ ଲୋହିତାକ୍ଷ ଯୋଷୀ ଓ ଅଧ୍ୟାପକ ସାମୁଏଲ୍ ଦାନୀ ଯୋଗଦେଇଥିଲେ । ପ୍ରଦୀପ ପ୍ରଜ୍ବଳନ ଓ ସ୍ବର୍ଗତ ଗଜପତି ମହାରାଜାଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ। ସମସ୍ତ ଅତିଥି ଓ ବକ୍ତାମାନେ ନୂତନ ଓଡ଼ିଶା ପ୍ରଦେଶ ଗଠନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଅନନ୍ୟ ଅବଦାନକୁ ସ୍ମରଣ କରି ତାଙ୍କ ଆଦର୍ଶରେ ଉଦବୁଦ୍ଧ ହେବା ପାଇଁ ଯୁବ ପିଢ଼ିଙ୍କୁ ଆହ୍ବାନ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ବୋଧନ ଦେଇ ଜିଲ୍ଲାପାଳ କହିଲେଯେ ଆମେ ସମସ୍ତେ ଜଣେ ଜଣେ ଗଜପତି ହେବା। ସେ ଯେମିତି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ବପ୍ନ ଦେଖି ତାକୁ ସାକାର କରିବାରେ ସଫଳ ହୋଇଥିଲେ ଆମେ ମଧ୍ୟ ସେମିତି ଆମ ରାଜ୍ୟ ଏବଂ ଦେଶକୁ ଆଗେଇ ନେବା ପାଇଁ ବଦ୍ଧ ପରିକର ହେବା। ନୂଆପଡା ଜିଲ୍ଲା ସୀମାନ୍ତ ଅଞ୍ଚଳ ନୁହେଁ ବରଂ ଏକ ସମୃଦ୍ଧ ଅଞ୍ଚଳ ଏବଂ ଏଠାରେ ଓଡ଼ିଆ ଅସ୍ମିତା ଓ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିକୁ ଚିର ଉଦ୍ଜିବିତ କରି ରଖିବା ପାଇଁ ସମସ୍ତେ ସଜାଗ ହେବା ବୋଲି କହିଥିଲେ। ସଭାକୁ ବରିଷ୍ଠ ରାଜସ୍ୱ ସହାୟକ ବିଭୁ ଦତ୍ତ ମିଶ୍ର ସଂଯୋଜନା କରିଥିଲେ । ସଭାରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ , ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଜିଲ୍ଲାର ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ ।

ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନିୟୁଜ ଓଡିଶା

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ