ନୂଆପଡାରେ ଜାତୀୟ ପ୍ରେସ୍ ଦିବସ-୨୦୨୬ ପାଳିତ
ନୂଆପଡ଼ା, ୧୬/୧୧: ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ନୂଆପଡ଼ା ଆନୁକୂଲ୍ୟରେ ସଦ୍ଭାବନା ସଭାଗୃହଠାରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ-୨୦୨୬ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷର ବିଷୟବସ୍ତୁ ରହିଛି “ସାମ୍ବାଦିକତା: ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧ”। ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେl ଜିଲ୍ଲା ପରିଷଦର ଅତିରିକ୍ତ ନିର୍ବାହୀ ଅଧିକାରୀ କ୍ଷମାନିଧି ଭୋଇ ମୁଖ୍ୟ ଅତିଥି ଏବଂ ପ୍ରଫେସର କେଶରଞ୍ଜନ ପ୍ରଧାନ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡ଼ା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢ଼େଇ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ରମେଶ ମହରା ଯୋଗଦେଇଥିଲେ। ଏଥିରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟବକ୍ତା ପ୍ରଫେସର କେଶରଞ୍ଜନ ପ୍ରଧାନ ନିଜ ଅଭିଭାଷଣରେ କହିଥିଲେ ଯେ, ଜଣେ ସାମ୍ବାଦିକ ନିଜର ସତ୍ୟନିଷ୍ଠା, ନିରପେକ୍ଷତା ଓ ଦାୟିତ୍ୱବୋଧ ବଜାୟ ରଖି ଲୋକପ୍ରିୟ ହେବା ସହିତ ଦାୟିତ୍ୱବାନ ମଧ୍ୟ ହୋଇପାରିବେ। କାର୍ଯ୍ୟକ୍ରମରେ ବିଭୁ ମିଶ୍ର ମଞ୍ଚ ପରିଚାଳନା କରିଥିବାବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମାକାନ୍ତ ବିଶ୍ୱାସ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର କର୍ମଚାରୀମାନେ କାର୍ଯ୍ୟକ୍ରମର ସୁପରିଚାଳନାରେ ସହଯୋଗ କରିଥିଲେ।
ନୂଆପଡ଼ାରୁ ବିଶ୍ୱନାଥ ସାମଲଙ୍କ ରିପୋର୍ଟ ଫାଷ୍ଟ ନ୍ୟୁଜ୍ ଓଡ଼ିଶା
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0