ପଡ଼ିଆ ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

Nov 2, 2026 - 19:40
 0  4
ପଡ଼ିଆ ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

ପଡ଼ିଆ, ୧/୧୧ : ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ପୋଲିସ ପକ୍ଷ୍ୟରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଛି। ଏଥିପାଇଁ ପଡିଆ ଥାନା ଅଧିକାରୀ ସନ୍ତୋଷ କୁମାର ମାଝୀଙ୍କ ନେତୃତ୍ଵରେ ପୋଲିସ ପକ୍ଷ୍ୟରୁ ସକାଳୁ ପଡିଆ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନିକଟରେ ଏକତା ପାଇଁ ଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହାପରେ ପଡିଆ ଏସଏସଡି ଉଚ୍ଚ ବିଦ୍ୟାଳୟ ପରିସରରେ ଛାତ୍ରଛାତ୍ରୀଙ୍କୁ ନେଇ ବକ୍ତୃତା, ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହାପରେ ସନ୍ଧ୍ୟାରେ ପଡିଆ ଥାନା ପରିସରରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇ ରାଷ୍ଟ୍ରୀୟ ଏକତା ଦିବସ ପାଳନ ଓ ଏହାର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରାଯାଇଥିଲା। ଏହି ଅବସରରେ ବିଭିନ୍ନ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପଡିଆ ବ୍ଲକର ବିଭିନ୍ନ ପଞ୍ଚାୟତର ସରପଞ୍ଚ ସମେତ ଅନ୍ୟାନ୍ୟ ଜନ ପ୍ରତିନିଧି ସମେତ ପ୍ରାୟ ୬୦ ରୁ ଉର୍ଦ୍ଧ୍ବ ମହିଳା ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପଡିଆ ଏସଏସଡି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୁଦୁରା କବାସୀ, ମାଟେରୁ ସରପଞ୍ଚ ଲଛମନ ମାଡକାମି, ପଡିଆ ଥାନା ଏସଆଇ ଦେବେନ୍ଦ୍ର ଭତ୍ରା, ଏଏସଆଇ ଅନିଲ କୁମାର ମିଶ୍ର ଓ କେଶବ ଭତ୍ରା ପ୍ରମୁଖ ଉପସ୍ଥିତ ଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ