।। ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ତମ ବାର୍ଷିକ ଉତ୍ସବ ପାଳନ ।।

Feb 3, 2024 - 19:07
 0  28
।। ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ତମ ବାର୍ଷିକ ଉତ୍ସବ ପାଳନ ।।

କନ୍ଧମାଳ:(କୋରାପୁଟ ପ୍ରଥମ ଖବର): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୬ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉପ-ବାଚସ୍ପତି ତଥା ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଆଇଟିଡ଼ିଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଖଣ୍ଡିୟ ବନାଧିକାରୀ ବିଶ୍ୱରାଜ ପଣ୍ଡା, ମୁଖ୍ୟବକ୍ତା ଭାବେ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦ୍ବୀପ ଧୂପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଥିବା ଛାତ୍ର ଛାତ୍ରୀ ଓ ଅଭିଭାବକ ମାନଙ୍କୁ ଉଦବୋଧନ ମାଧ୍ୟମରେ ଉତ୍ସାହିତ କରିଥିଲେ l ବିଦ୍ୟାଳୟର ସମ୍ପାଦକ ସେକ ସାଦିକ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟିତ୍ରୀ ଶ୍ରୀମତି ରଶ୍ମୀପ୍ରଭା ଦାସ ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିଲେ l ବିଦ୍ୟାଳୟର ଉପ-ସଭାପତି ଡ.ବିଚିତ୍ରା ନନ୍ଦ ଆଚାର୍ଯ୍ୟ ଶିଶୁଙ୍କ ଉଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ l ବିଦ୍ୟାଳୟ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ସନ୍ଧ୍ୟାରେ ବିଦ୍ୟାଳୟର କୁନି କୁନି ଶିଶୁ କଳାକାର ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସମେତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, କର୍ମଚାରୀ, ଛାତ୍ର ଛାତ୍ରୀ, ଅଭିଭାବକ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l ଶେଷରେ ଶିକ୍ଷୟିତ୍ରୀ ସ୍ମିତାରାଣୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ l

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ, କୋରାପୁଟ ପ୍ରଥମ ଖବର

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ