ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ

Jan 31, 2026 - 20:09
 0  2
ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ମୁଖ୍ୟବକ୍ତା ଭାବେ ସ୍ଥାନୀୟ ବ୍ଲକ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ପରିଚାଳନା ସମିତିର ଉପସଭାପତି ଡାକ୍ତର ବିଚିତ୍ରା ନନ୍ଦ ଆଚାର୍ଯ୍ୟ, ସମ୍ପାଦକ ଶେକ ସାଦିକ ଓ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଉପସ୍ଥିତ ରେ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ରଶ୍ମିପ୍ରଭା ଦାସ ଅତିଥିଙ୍କ ପରିଚୟ ପ୍ରଦାନ କରିଥିଲେ l ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ବିଭିନ୍ନ ପ୍ରତିଯୋଗିତାରକୃତି ଛାତ୍ର ଛାତ୍ରୀଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା l ଶେଷରେ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୋନାଲି ଦେହୁରୀ ଧନ୍ୟବାଦ ଅର୍ପଣ କରିଥିଲେ l ସନ୍ଧ୍ୟାରେ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଏଥିରେ ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ, ଅଭିଭାବକ ଅଭିଭାବିକା ତଥା ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମକର୍ତ୍ତା ବୃନ୍ଦଙ୍କ ସହଯୋଗରେ ସମାପନ ହୋଇଥିଲା l

 କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ