।। ପୃଥିବୀ ପାଇଁ ଘଣ୍ଟାଟିଏ, ରାତି ୮.୩୦ରୁ ୯.୩୦ ଯାଏଁ ସବୁ ଲାଇଟ୍ ଫ୍ୟାନ୍‌ ସ୍ୱିଚ୍ ବନ୍ଦ ।।

Mar 25, 2023 - 14:32
Mar 25, 2023 - 14:31
 0  50
।। ପୃଥିବୀ ପାଇଁ ଘଣ୍ଟାଟିଏ, ରାତି ୮.୩୦ରୁ ୯.୩୦ ଯାଏଁ ସବୁ ଲାଇଟ୍ ଫ୍ୟାନ୍‌ ସ୍ୱିଚ୍ ବନ୍ଦ ।।

ପୃଥିବୀ ପାଇଁ ଘଣ୍ଟାଟିଏ । ଆଜି ୧ ଘଣ୍ଟା ପାଇଁ ବନ୍ଦ ରହିବ ଲାଇଟ୍ । ଆର୍ଥ ଆୱାରରେ ଆଜି ରାତି ସାଢ଼େ ୮ଟାରୁ ସାଢ଼େ ୯ଟା ଯାଏଁ ସମସ୍ତ ଲାଇଟ୍ ବନ୍ଦ ରଖିବା ଲାଗି ଆହ୍ୱାନ ଦିଆଯାଇଛି । ପୃଥିବୀର ସୁରକ୍ଷା ଲାଗି ପ୍ରତିବର୍ଷ ମାର୍ଚ୍ଚ ମାସର ଶେଷ ଶନିବାର ପୃଥିବୀବାସୀ ୧ ଘଣ୍ଟା ପର୍ଯ୍ୟନ୍ତ ନିଜର ଅନାବଶ୍ୟକ ଲାଇଟ୍‌କୁ ସୁଇଚ୍ ଅଫ୍ କରିଥାନ୍ତି । ପୃଥିବୀର ସୁରକ୍ଷା ଲାଗି ପରିବେଶ ସୁରକ୍ଷା ସଚେତନତା ବାର୍ତ୍ତା ବାଣ୍ଟିବା ଏବଂ ପାଣିପାଗ ପରିବର୍ତ୍ତନର ସମାଧାନ ଲକ୍ଷ୍ୟରେ ଆର୍ଥ ଆୱାର ପାଳନ କରାଯାଇଥାଏ । ଆର୍ଥ ଆୱାର ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲୁକା କଳା ଜରିଆରେ ପୃଥିବୀର ସୁରକ୍ଷା ଲାଗି ଘଣ୍ଟାଟିଏ ଲାଇଟ୍ ବନ୍ଦ କରିବା ପାଇଁ ସଚେତନତା ବାର୍ତ୍ତା ଦେଇଛନ୍ତି ସୁଦର୍ଶନ । ୨୦୧୦ ମସିହା ପରଠାରୁ ରାଜ୍ୟରେ ଆର୍ଥ ଆଓ୍ଵାର କାର୍ଯ୍ୟକ୍ରମ ପାଳନ କରାଯାଉଛି । ସମସ୍ତ ସରକାରୀ ସଂସ୍ଥା, ବିଭିନ୍ନ ସଂଗଠନ, ରାଜନୈତିକ ଦଳ ଓ ଗଣମାଧ୍ୟମ ସଂସ୍ଥା ଏହି ଆର୍ଥ ଆୱାରକୁ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ।୨୦୦୭ ମସିହାରେ ଅଷ୍ଟ୍ରେଲିଆର ସିଡନି ସହରରେ ଲୋକମାନେ ଘଣ୍ଟାଏ କାଳ ଲାଇଟ୍ ବନ୍ଦ ରଖି ଏହାକୁ ପାଳନ କରିଥିଲେ । ୨୦୦୮ ମସିହା ପରଠାରୁ ଏହା ବିଶ୍ୱସ୍ତରରେ ପାଳନ କରାଯାଉଛି । ୨୦୧୦ ମସିହାରେ ଆମେରିକାରେ ୧୬ପ୍ରତିଶତ ଜନସାଧାରଣ ଏହାକୁ ସମର୍ଥନ ଜଣାଇଥିଲେ। ୨୦୧୬ ମସିହାରେ ମୁମ୍ବାଇରେ ଆର୍ଥ ଆଓ୍ଵାର ପାଳନରେ ୮୦ ମେଗାଓ୍ଵାଟ ବିଦ୍ୟୁତ ବଞ୍ଚି ପାରିଥିଲା । ବିଶ୍ୱର ୮୮ଟି ରାଷ୍ଟ୍ରର ୪୦୦୦ମହାନଗରୀରେ ପ୍ରତି ବର୍ଷ ଆର୍ଥ ଆୱାର ପାଳନ କରାଯାଉଛି ଓ ପୃଥିବୀ ପୃଷ୍ଠକୁ ସୁରକ୍ଷିତ ରଖିବା ପାଇଁ କୋଟିକୋଟି ଜନତା ପ୍ରତିବର୍ଷ ଅନ୍ତତଃ ଘଣ୍ଟାକ ପାଇଁ ସବୁ ବୈଦ୍ୟୁତିକ ଯନ୍ତ୍ରାଦି ବ୍ୟବହାରକୁ ବନ୍ଦ ରଖୁଛନ୍ତି। ଭାରତ ୨୦୦୯ରେ ଏହି ଅଭିଯାନରେ ସାମିଲ ହେବା ପରଠାରୁ କେବଳ ଦିଲ୍ଲୀରେ ୭୦୦ମେଗାୱାଟ୍‍ ବିଦ୍ୟୁତ୍‍ ଶକ୍ତି ସଂରକ୍ଷଣ ହୋଇପାରିଥିଲା ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ