ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର: ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

Mar 16, 2026 - 21:40
 0  8
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର: ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ମାଲକାନଗିରି, ୧୬/୩/୨୦୨୬: ମାଲକାନଗିରି ବ୍ଲକ ଅନ୍ତର୍ଗତ ପେଦାୱାଡ଼ା ପଞ୍ଚାୟତଠାରେ ଆଜି ଏକ ବିଶାଳ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ, ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏଚ୍ ଏବଂ ବନଖଣ୍ଡ ଅଧିକାରୀ ସାଇ କିରଣଙ୍କ ସମେତ ଜିଲ୍ଲା ପ୍ରଶାସନର ସମସ୍ତ ବିଭାଗୀୟ ମୁଖ୍ୟ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ପଚାରି ବୁଝିଥିଲେ। ଶିବିରରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକ ଜମିଜମା ବିବାଦ, ରାସନ କାର୍ଡ, ବାର୍ଦ୍ଧକ୍ୟ ଭତ୍ତା, ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ଭଳି ବିଭିନ୍ନ ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ନେଇ ଅଭିଯୋଗ କରିଥିଲେ। ମୋଟ ୮୯ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିବା ବେଳେ ତନ୍ମଧ୍ୟରୁ ୩ ଟି ବ୍ୟକ୍ତିଗତ ସମସ୍ୟା ରହିଥିବା ବେଳେ ୮୬ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ଶିବିରରେ ଅନେକ ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟାନ୍ୟ ଗୁରୁତର ସମସ୍ୟାଗୁଡ଼ିକୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମାଧାନ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ସିଧାସଳଖ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ଏହି ଶିବିରର ମୂଳ ଲକ୍ଷ୍ୟ ଥିଲା। ପ୍ରଶାସନକୁ ପାଖରେ ପାଇ ଅଞ୍ଚଳବାସୀ ବେଶ ଉତ୍ସାହିତ ଥିବା ଦେଖାଯାଇଛି।

What's Your Reaction?

Like Like 0
Dislike Dislike 0
Love Love 1
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ