ବାଲିଗୁଡ଼ାରେ ଖୋଲିଲା ଭୋଟର ସଂଶଧନ କେନ୍ଦ୍ର

May 29, 2026 - 06:02
 0  27
ବାଲିଗୁଡ଼ାରେ ଖୋଲିଲା ଭୋଟର ସଂଶଧନ କେନ୍ଦ୍ର

ବାଲିଗୁଡ଼ା ୨୭/୦୨୬(ଫାଷ୍ଟ ନ୍ୟୁଜ୍ ଓଡ଼ିଶା)ବାଲିଗୁଡ଼ା ଆସନ୍ତା ମଇ ୩୦ ତାରିଖରୁ ଆରମ୍ଭ ହେବାକୁ ଥିବା ଭୋଟର ତାଲିକାର “ସ୍ୱତନ୍ତ୍ର ସଘନ ସଂଶୋଧନ SIR” କାର୍ଯ୍ୟକ୍ରମର ସୁପରିଚାଳନା ନେଇ ଆଜି ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାଶଙ୍କ ଅଧ୍ୟକ୍ଷତାରେ ଏକ ଉପଖଣ୍ଡ ସ୍ତରୀୟ ସହାୟତା କେନ୍ଦ୍ର କରାଯାଇଛି। ସହାୟତା କେନ୍ଦ୍ର ବିଷୟ ରେ ଉପଜିଲ୍ଲାପାଳ ଶ୍ରୀମତି ପ୍ରଣିତା ଦାଶ କହିଛନ୍ତି ଯେ, ନୂତନ ଭୋଟରଙ୍କ ନାମ ପଞ୍ଜୀକରଣ, ତ୍ରୁଟି ସଂଶୋଧନ ଏବଂ ସ୍ଥାନାନ୍ତରଣ ପ୍ରକ୍ରିୟାକୁ ସରଳୀକରଣ କରାଯିବ। ସଂଶୋଧନ କାର୍ଯ୍ୟରେ ୮୨-ବାଲିଗୁଡା ନିର୍ବାଚନୀ ମଣ୍ଡଳୀରେ ୧୭୮ଜଣ ଏବଂ ୮୩-ଜି ଉଦୟଗିରି ନିର୍ବାଚନୀ ମଣ୍ଡଳୀରେ ୨୫୩ଜଣ ବିଏଲଓ ଏସଆଇଆର ସମ୍ବନ୍ଧୀୟ କାର୍ଯ୍ୟରେ ନିୟୋଜିତ କରାଯାଇଛି । ଭୋଟର ତାଲିକା ପ୍ରସ୍ତୁତି ପାଇଁ ଉଦ୍ଦିଷ୍ଟ ସମସ୍ତ ଗଣନା ଫର୍ମ ସ୍ଥାନୀୟ ଓଡ଼ିଆ ଭାଷାରେ ଉପଲବ୍ଧ ହେବ, ଯାହାଦ୍ୱାରା ଗ୍ରାମାଞ୍ଚଳର ସାଧାରଣ ଲୋକେ ଏହାକୁ ସହଜରେ ବୁଝିପାରିବେ।ଘରକୁ ଘର ବୁଲି ହେବାକୁ ଥିବା ଗଣନା କାର୍ଯ୍ୟକ୍ରମ ବିଷୟରେ ଲୋକଙ୍କୁ ସଚେତନ କରାଯିବ, ଯେପରି ସେମାନେ ନିଜ ସଠିକ୍ ତଥ୍ୟ ପ୍ରଦାନ କରିଛନ୍ତି I ଏହି ଅଭିଯାନରେ କୌଣସି ଯୋଗ୍ୟ ଭୋଟର ଯେପରି ବାଦ୍ ନ ପଡନ୍ତି, ସେଥିପ୍ରତି ସତର୍କ ଦୃଷ୍ଟି ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।ଶାର ସମୟରେ BLO ମାନେ ଘରକୁ ଘର ବୁଲି ସର୍ଭେ ପ୍ରକ୍ରିୟାକୁ ସ୍ୱଚ୍ଛ, ସରଳ ଓ ଗୁଜବମୁକ୍ତ କରିବା ପାଇଁ ସମସ୍ତ ବ୍ଲକ୍ ସ୍ତରୀୟ ଅଧିକାରୀଙ୍କୁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରିବାକୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣଙ୍କ ସହାୟତା ପାଇଁ ୧୯୫୦ ଟୋଲ୍ ଫ୍ରି ନିର୍ବାଚନ ହେଲ୍ପଲାଇନ ନମ୍ବର ବ୍ୟାପକ ପ୍ରଚାର କରାଯିବ। ଏହି ନମ୍ବର ଜରିଆରେ ନାଗରିକମାନେ ଭୋଟର ତାଲିକା ସମ୍ବନ୍ଧୀୟ ସମସ୍ତ ସୂଚନା ପାଇପାରିବେ ଏବଂ ନିଜ ଅଞ୍ଚଳର BLO ଙ୍କ ସହ ଆଲୋଚନା ପାଇଁ Book a call ମଧ୍ୟ କରିପାରିବେ। ଭୋଟର ସଂଶୋଧନ ପ୍ରକ୍ରିୟା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ଅନୁରୋଧ କରାଯାଇଛି।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ