।। ବାଲିଗୁଡା ଓ ଜି. ଉଦୟଗିରି ବିଧାନସଭା : ସକାଳ ୮ଟାରୁ ହେବ ମତଗଣନା ।।

Jun 3, 2024 - 21:35
 0  10
।। ବାଲିଗୁଡା ଓ ଜି. ଉଦୟଗିରି ବିଧାନସଭା : ସକାଳ ୮ଟାରୁ ହେବ ମତଗଣନା ।।

କନ୍ଧମାଳ,: (ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡାରେ ୨ଟି ସ୍ଥାନରେ ଭୋଟ ଗଣତି କରାଯିବ ବୋଲି ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏବଂ ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ୪ ତାରିଖ ସକାଳ ୮ ଟାରୁ ଭୋଟ ଗଣତି ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି l ଭୋଟ ଗଣତି ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି l ତେବେ ଭୋଟ ଗଣତିର ସମ୍ପର୍ଣ୍ଣ ସମ୍ପୂର୍ଣ୍ଣ ସୂଚନା ଓ ଫଳାଫଳ ECI ୱେବସାଇଟ results.eci.gov.in ତଥା ଭୋଟର ହେଲ୍ପଲାଇନ ଆପରେ ଉପଲବ୍ଧ ହେବ। ଗୁଗୁଲ ପ୍ଲେ ଷ୍ଟୋର କିମ୍ବା ଆପଲର ପ୍ଲେ ଷ୍ଟୋରରୁ ଭୋଟର ହେଲ୍ପଲାଇନ ଆପ ଡାଉନଲୋଡ କରି ନିର୍ବାଚନ ସମ୍ପର୍କିତ ସମସ୍ତ ତଥ୍ୟ ଦେଖିହେବ ବୋଲି ସୂଚନା ପ୍ରଦାନ କରିଛନ୍ତି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ