।। ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରାର ବିଶ୍ରାମ ଦିବସ: କଟକର ନବରଙ୍ଗ ସଙ୍ଗୀତରେ ଝୁମିଲେ ଦର୍ଶକ ଓ ଭକ୍ତ ।।

May 4, 2023 - 21:17
 0  29
।। ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରାର ବିଶ୍ରାମ ଦିବସ: କଟକର ନବରଙ୍ଗ ସଙ୍ଗୀତରେ ଝୁମିଲେ ଦର୍ଶକ ଓ ଭକ୍ତ ।।

ବାଲିଗୁଡା,: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି । ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ଗୁରୁବାର ଦ୍ୱାଦଶ ଦିନରେ ମା’ ଙ୍କ ଘଟକୁ ଆଜି ସୁସଜିତ କରାଯାଇଛି । ଗୁରୁବାର ମା ‘ଙ୍କ ର ବିଶ୍ରାମ ଦିବସ ଥିବାରୁ ସନ୍ଧ୍ୟାରେ ବହୁ ଭକ୍ତ ଓ ଦର୍ଶକଙ୍କ ସମାଗମ ହୋଇଥିଲା । ସକାଳ ଓ ସନ୍ଧ୍ୟାର ଆଳତୀ ପରେପରେ ଭକ୍ତ ମାନଙ୍କୁ ଏହି ଅସ୍ଥାୟୀ ପୀଠରେ ମା ‘ପାଟଖଣ୍ଡାଙ୍କ ସମେତ ବରାଳଦେବୀ, ମହାମାୟୀ, ମା’ ଦୂର୍ଗା, ଡେଙ୍ଗଶୀଳ, ଏବଂ ମା’କାଳୀଙ୍କ ଘଟ ଦର୍ଶନ ଦେଉଛନ୍ତି । ସନ୍ଧ୍ୟା ଆଳତୀ ପରେ ପ୍ରତିଦିନ ନଗର ପରିକ୍ରମାରେ ଶହ ଶହ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସମାଗମ ହେଉଛି । ଏହି ୨୧ ଦିନ ଭିତରେ ମା ବାଲିଗୁଡାର ବିଭିନ୍ନ ସାହି ପରିକ୍ରମା କରିବେ। ଏହି ଯାତ୍ରା ନିମନ୍ତେ ଆୟୋଜକ ସମିତି ଦ୍ୱାରା ପ୍ରତିଦିନ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ ହେଉଥିବା ସହ ପ୍ରସାଦ ସେବନ ର ବ୍ୟବସ୍ଥା ମଧ୍ୟ କରାଯାଇଛି । ଅସ୍ଥାୟୀ ପୀଠରେ ମା’ ଙ୍କ ମିଠାଭୋଗ ନିମନ୍ତେ ଏକ ମିଷ୍ଠାନ୍ନ କେନ୍ଦ୍ର ଖୋଲା ଯାଇଛି । ୪ ତାରିଖ ଗୁରୁବାର ଥିବା ଯୋଗୁଁ ମା’ଙ୍କର ବିଶ୍ରାମର ଦିନ ରହିଛି , ଏଣୁ ସନ୍ଧ୍ୟାରେ ଏହି ଅବସରରେ ସ୍ଥାନୀୟ ମିନି ଷ୍ଟାଡିୟମ ପରିସରରେ କଟକ ର ପ୍ରସିଦ୍ଧ ସଙ୍ଗୀତ ନବରଙ୍ଗ ଅର୍କେଷ୍ତ୍ରା ଏବଂ ରକ ବେଣ୍ଡ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ମିନି ଷ୍ଟାଡିୟମ ପରିସରରେ ରାମ ଦୋଳି, ମୀନାବଜାର ଭଳି ବିଭିନ୍ନ ପ୍ରକାର ସାମଗ୍ରୀର ଷ୍ଟଲ ମାନ ଖୋଲାଯାଇଛି । ଏଥିରେ କଟକ ଗ୍ରୁପର ଭଜନ, ଗୀତ,ସଙ୍ଗୀତ ଓ ଡ୍ୟାନ୍ସ ରେ ଝୁମିଥିଲେ ହଜାର ହଜାର ଭକ୍ତ ଓ ଦର୍ଶକ ।୨୧ ଦିନ ଧରି ଆୟୋଜିତ ହେଉଥିବା ଏହି ପୁଜାକାର୍ଯ୍ୟ ସମ୍ପାଦନ କରିବା ନିମନ୍ତେ ପୁଜକ ଶ୍ରୀକାନ୍ତ ପଣ୍ଡା, ସଂଜୟ କୁମାର ଦାସ, ନିଳକଣ୍ଠ ମିଶ୍ର, ଟୁଲୁ ପାଢି, ପୁର୍ଣ୍ଣଚନ୍ଦ୍ର ଶତପଥୀ ଙ୍କ ସମେତ ଅନ୍ୟ ପୂଜକ ମାନେ ପୁଜା କାର୍ଯ୍ୟରେ ସାମିଲ ଅଛନ୍ତି । ଆୟୋଜକ ସମିତିର ସଭାପତି ଲୋକନାଥ ପାଢୀ, ସମ୍ପାଦକ ଭଗବତୀ ପ୍ରସାଦ ସାବତ, ସହ ସମ୍ପାଦକ ସୁଜିତ କୁମାର ପାଳ, କୋଷାଧକ୍ଷ ଡି.ନାଗେଶ୍ୱର ରାଓ, ଏ.ଶ୍ରୀନିବାସ ଦୋରା, ମଦନ ମୋହନ ପାଢୀ, ଡଃ ଶୁଶାନ୍ତ କୁମାର ଦାସ, ପବିତ୍ର ମହନ ପାଢିଙ୍କ ସମେତ ସମସ୍ତ ସଦସ୍ୟ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରୁଛନ୍ତି । ଆଇନ ଶୃଙ୍ଖଳାକୁ ଆଖି ଆଗରେ ରଖି ଉପଖଣ୍ଡ ଆରକ୍ଷୀ ଅଧିକାରୀ ରୋହିତ ବର୍ମା ଙ୍କ ନିର୍ଦେଶରେ ସ୍ଥାନୀୟ ଥାନା ଅଧିକାରୀ ବାବା ଶଙ୍କର ସରାଫଙ୍କ ନେତୃତ୍ୱ ରେ ସମସ୍ତ ଛକ ତଥା ଗହଳି ପୂର୍ଣ୍ଣ ଅଞ୍ଚଳ ରେ ବ୍ୟାପକ ପୋଲିସ ମୁତୟନ ରହି ଟ୍ରାଫିକ ବ୍ୟବସ୍ଥା ଓ ଶାନ୍ତି ଶୃଙ୍ଖଳାରେ ନିୟୋଜିତ ଥିବା ଜଣାପଡିଛି । ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ