ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ପାଳନ

Jan 26, 2026 - 17:28
 0  4
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହୋତ୍ସବ ପାଳନ

କନ୍ଧମାଳ,:(ଫାଷ୍ଟ ନ୍ୟୁଜ ଓଡିଶା): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ବିପୁଳ ଉତ୍ସାହ ଓ ଉଦ୍ଦୀପନା ର ସହ ପାଳନ ହୋଇଯାଇଛି l ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ରାମଧୁନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ସହରର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା l ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଆୟୋଜିତ ଉତ୍ସବରେ ସ୍ଥାନୀୟ ଉପ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟିର ସଭାପତି ଶ୍ରୀମତୀ ପ୍ରଣୀତା ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରି ଦେଶ ସ୍ଵାଧୀନ ପାଇଁ ଶହୀଦ୍ ହୋଇଥିବା ସ୍ଵାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଜାତି ଉଦ୍ଦେଶ୍ୟରେ ରେ ଅଭିଭାଷଣ ପ୍ରଦାନ କରିଥିଲେ l ପରେ ପରେ ବିଭିନ୍ନ ପେରେଡ ଓ ପ୍ରତିଯୋଗିତାରେ କୃତକାର୍ଯ୍ୟ କରିଥିବା ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ସହ ପୁରସ୍କୃତ କରାଯାଇଥିଲା l ମଧ୍ୟାହ୍ନରେ ଉପଖଣ୍ଡ ଚିକିତ୍ସାଳୟ ଠାରେ ଅନ୍ତଃରୋଗୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ଫଳ ବଣ୍ଟନ, ସ୍ଥାନୀୟ କାରାଗାରର ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ ଓ ବନବାସୀ ସେବା ସମିତି ର ଅନ୍ତେବାସୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଏହି ସମସ୍ତ ଉତ୍ସବରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ତଥା ଉପଖଣ୍ଡ ଉତ୍ସବ ପାଳନ କମିଟିର ସମ୍ପାଦକ ଶିବ ଶଙ୍କର ସମରଥ, ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡେ଼ଇ ଙ୍କ ତତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ସହକାରୀ କର୍ମଚାରୀ ଅଭିମନ୍ୟୁ ପ୍ରଧାନ, ରଶ୍ମି ରଞ୍ଜନ ମହାରଣା, ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ |

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ