।। ଭାରସାମ୍ୟ ହରାଇ ଓଲଟିଲା ଶାଳ ମଞ୍ଜି ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର ।।

Jun 14, 2023 - 18:10
 0  67
।। ଭାରସାମ୍ୟ ହରାଇ ଓଲଟିଲା ଶାଳ ମଞ୍ଜି ବୋଝେଇ ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର ।।

କନ୍ଧମାଳ:(କୋରାପୁଟ ପ୍ରଥମ ଖବର):ଭାରସାମ୍ୟ ହରାଇ ଓଲଟିଲା ଶାଳମଞ୍ଜି ବୋଝେଇ ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର । ଏଭଳି ଏକ ଘଟଣା ଘଟିଛି, କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଗଦ୍ରିଙ୍ଗିଆ ଘାଟି ନିକଟରେ ।

ସୂଚନା ପ୍ରକାରେ ବୁଧବାର ଦିନ ବାଲିଗୁଡ଼ା ଥାନା ବାରଖମା ଗ୍ରାମରୁ ଏକ ୧୪ ଚକିଆ ଟ୍ରକ ନଂ. ଏମଏଚ୍ ୪୦ ସିଏମ୍-୬୧୨୮ ରେ ଶାଳ ମଞ୍ଜି ବୋଝେଇ କରି ବାଲିଗୁଡ଼ା ୫୯ ନଂ.ଜାତୀୟ ରାଜପଥ ଦେଇ ରାୟପୁର ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା l ହେଲେ ବାଲିଗୁଡ଼ାରୁ ପ୍ରାୟ ୧୮ କିଲୋମିଟର ଯିବା ପରେ ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ବୁଲାଣି ରାସ୍ତାରେ ଏକ ଗାଈ ରାସ୍ତା ଉପରକୁ ଆସିଯିବା ଯୋଗୁଁ ଭାରସାମ୍ୟ ହରାଇ ପଡ଼ିଥିଲେ ଚାଳକ । ସୌଭାଗ୍ୟ ବଶତଃ ଡ୍ରାଇଭର ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଥବା ଜଣାପଡ଼ିଛି ।

ଦୁର୍ଘଟଣାରେ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଫେରିଥିବା ଜଣାପଡ଼ିଛି । ବାରମ୍ବାର ଏହି ଅଞ୍ଚଳରେ ଦୁର୍ଘଟଣା ଘଟି ଜନଜୀବନ ସମେତ ଗାଈଗୋରୁ ଏବଂ ଅନ୍ୟ ଜନ୍ତୁଙ୍କ ଜୀବନ ହାନି ଘଟୁଛି । ଏଣୁ ଏହି ଜାତୀୟ ରାଜପଥ କର୍ତ୍ତୃପକ୍ଷ ସମ୍ପୃକ୍ତ ସ୍ଥାନରେ ସାଇନ୍ ବୋର୍ଡ଼ ଲଗାଇବା ସହ ପ୍ରଶାସନ ରାଜରାସ୍ତାରେ ଗାଈଗୋରୁ, ଛେଳି, ମେଣ୍ଡା ଆଦି ଗୃହପାଳିତ ପଶୁ ଚଳପ୍ରଚଳ ପ୍ରତି ଗୁରୁତ୍ବାରୋପ କରିବା ଆବଶ୍ୟକ ବୋଲି ସାଧାରଣରେ ଦାବି ହେଉଛି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, କୋରାପୁଟ ପ୍ରଥମ ଖବର l

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ