ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେଲା ବାଇକ: ଦୁଇ ମୃତ, ଜଣେ ଗୁରୁତର

Dec 9, 2025 - 19:42
 0  6
ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେଲା ବାଇକ:  ଦୁଇ ମୃତ, ଜଣେ ଗୁରୁତର

କନ୍ଧମାଳ, (ଫାଷ୍ଟ ନ୍ୟୁଜ ଓଡିଶା): ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବିରାଗୁଡ଼ା ଗ୍ରାମ ନିକଟରେ । ସୂଚନା ପ୍ରକାରେ ମଙ୍ଗଳବାର ଅପରାହ୍ନ ସମୟରେ ତିନିଜଣ ଯୁବକ ଏକ କେଟିଏମ୍ ବାଇକ୍ ନଂ. ଓଡି-୧୨-ଜି- ୩୯୬୮ ରେ ବାରଖମା ଅଞ୍ଚଳରୁ ବାଲିଗୁଡ଼ା ଅଭିମୁଖେ ଦୃତ ଗତିରେ ଆସୁଥିବା ବେଳେ ବିରାଗୁଡ଼ା ନିକଟସ୍ଥ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛକୁ ଧକ୍କା ଦେଇଥିଲେ । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରି ଗୁରୁତର ବାଇକ୍ ଆରୋହୀଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛି । ସେପଟେ ମୃତକଙ୍କ ପରିଚୟ ଏଯାବତ୍ ଅସ୍ପଷ୍ଟ ରହିଥିବା ବେଳେ ସମସ୍ତେ ବାଟାଗୁଡ଼ା ପଞ୍ଚାୟତ ଅଞ୍ଚଳର ହୋଇଥିବା ସୂଚନା ମିଳିଛି । କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, ଫାଷ୍ଟ ନ୍ୟୁଜ ଓଡିଶା l

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ