ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସିଡିଓଇ ଦ୍ୱାରା ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ଅନୁସ୍ଥାପନ କାର୍ଯ୍ୟକ୍ରମ

Apr 24, 2026 - 20:23
 0  2
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସିଡିଓଇ ଦ୍ୱାରା ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ଅନୁସ୍ଥାପନ କାର୍ଯ୍ୟକ୍ରମ

ବାରିପଦା ୨୪/୦୪: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦୂରବର୍ତ୍ତୀ ଏବଂ ଅନଲାଇନ୍ ଶିକ୍ଷା କେନ୍ଦ୍ର (ସିଡିଓଇ) ଦ୍ୱାରା ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଅନୁସ୍ଥାପନ (ଇଣ୍ଡକ୍ସନ୍) କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଶ୍ୱବିଦ୍ୟାଳୟ ସ୍ନାତକୋତ୍ତର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ପୁଷ୍ପାଞ୍ଜଳି ପରିଡ଼ା ନିଜ ବକ୍ତବ୍ୟରେ ମୟୂରଭଞ୍ଜ ଭଳି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଏଭଳି ଦୂରବର୍ତ୍ତୀ ଶିକ୍ଷା ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଆଶା ପୋଷଣ କରିଥିଲେ । ସିଡିଓଇର ନିର୍ଦ୍ଦେଶକ ପ୍ରଫେସର ସୁକାନ୍ତ କୁମାର ନାୟକ ସ୍ୱାଗତ ଭାଷଣ ପ୍ରଦାନ କରି ଦୂରବର୍ତ୍ତୀ ଏବଂ ଅନଲାଇନ୍ ଶିକ୍ଷାର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ତଥ୍ୟ ରଖିବା ସହ ଏହି ଅନୁସ୍ଥାପନ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କୁ ପାଠ୍ୟକ୍ରମ ବିଷୟରେ ସଠିକ୍ ଧାରଣା ଦେବ ବୋଲି କହିଥିଲେ । ପୁଣି କେନ୍ଦ୍ର ଦ୍ୱାରା ଦିଆଯାଉଥିବା ବିଭିନ୍ନ ସାର୍ଟିଫିକେଟ୍‌ ଓ ଡିପ୍ଲୋମା ପାଠ୍ୟକ୍ରମରେ ମଧ୍ୟ ନାମ ଲେଖାଇବାକୁ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ସିଡିଓଇର ଅଧ୍ୟାପକ ଅଧ୍ୟାପିକା ଗଣ ଯଥା ସାମାଜିକ କାର୍ଯ୍ୟକ୍ରମ ବିଭାଗର ଡ. ସୁଜୟ କୁଣ୍ଡୁ, ଅର୍ଥନୀତି ବିଭାଗର ସୁଜାତା ମହାକୁଡ଼, ଓଡ଼ିଆ ବିଭାଗର ଡ. ବିନ୍ଧେଶ୍ୱରୀ କଲିଆ, ସଂସ୍କୃତ ବିଭାଗର ଡ. ଦେବବ୍ରତ ପଣ୍ଡା ଓ ଇଂରାଜୀ ବିଭାଗର ପ୍ରୀତିଲଗ୍ନା ସନ୍ତୋଷୀ ମହାକୁଡ଼ ପାଠ୍ୟକ୍ରମ ଗୁଡ଼ିକର ପରିଚୟ ସବିଶେଷ ଆଲୋଚନା କରିଥିଲେ । ଶେଷରେ କେନ୍ଦ୍ରର ଉପନିର୍ଦ୍ଦେଶକ ଡ. ପ୍ରତାପ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଇଂରାଜୀ ବିଭାଗର ଅଧ୍ୟାପିକା ଅଭିପ୍‌ସା ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ନୂତନ ଛାତ୍ରଛାତ୍ରୀଙ୍କୁ ଅଧ୍ୟୟନ ସାମଗ୍ରୀ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ସିଡିଓଇର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ