ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥିଙ୍କ କାର୍ଯ୍ୟରେ ଯୋଗଦାନ

Sep 5, 2025 - 20:11
 0  2
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥିଙ୍କ କାର୍ଯ୍ୟରେ ଯୋଗଦାନ

ବାରିପଦା ୦୫/୦୯: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ରସାୟନ ବିଭାଗର ବରିଷ୍ଠ ପ୍ରଫେସର ପ୍ରମୋଦ କୁମାର ଶତପଥି ଭାରପ୍ରାପ୍ତ କୁଳପତି ଭାବେ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହି ଅବସରରେ ବିଶ୍ୱବିଦ୍ୟାଳୟ ତରଫରୁ ପ୍ରଫେସର ଶତପଥିଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସର୍ବପ୍ରଥମେ କୁଳପତି ପ୍ରଫେସର ଶତପଥି ପୂଣ୍ୟଶ୍ଲୋକ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର କମଳ ଲୋଚନ ବାରିକଙ୍କ ସମେତ ବିଶ୍ୱବିଦ୍ୟାଳୟ ଅଧ୍ୟାପକ ଅଧ୍ୟାପିକା, କର୍ମକର୍ତ୍ତାଗଣ ଓ ଛାତ୍ରଛାତ୍ରୀ ପୁଷ୍ପଗୁଚ୍ଛ ଦେଇ କୁଳପତି ପ୍ରଫେସର ଶତପଥିଙ୍କୁ ସ୍ୱାଗତ କରିଥିଲେ । ସୂଚନାଯୋଗ୍ୟ ଯେ ପ୍ରଫେସର ଶତପଥି ଏଥିପୂର୍ବରୁ ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି, ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ, କୁଳସଚିବ, ପରୀକ୍ଷା ନିୟନ୍ତ୍ରକ ଆଦି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ଅବସ୍ଥାପିତ ହୋଇସାରିଛନ୍ତି ।

What's Your Reaction?

like

dislike

love

funny

angry

sad

wow

FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ