।। ମାର୍ଚ୍ଚ ୯ ରେ ରାଷ୍ଟ୍ରୀୟ ଲୋକ ଅଦାଲତ ।।

Mar 6, 2024 - 06:14
 0  15
।। ମାର୍ଚ୍ଚ ୯ ରେ ରାଷ୍ଟ୍ରୀୟ ଲୋକ ଅଦାଲତ ।।

କନ୍ଧମାଳ:(କୋରାପୁଟ ପ୍ରଥମ ଖବର): କନ୍ଧମାଳ ଜିଲ୍ଲା ବାଲିଗୁଡା ଓ ତୁମୁଡିବନ୍ଧ ସ୍ଥିତ ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ତାଲୁକ୍ ସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତ ମାସ ୯ ତାରିଖ ଶନିବାର ଦିନ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ l ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରାଧିନ ମକଦ୍ଦମା ଯଥା ଫୌଜଦାରୀ( ସାଲିସ୍ ଯୋଗ୍ୟ), ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତି ପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ (ସାଲିସ୍ ବିହୀନ ବିବାଦକୁ ବାଦ ଦେଇ), ବୈବାହିକ ବିବାଦ (ଛାଡ଼ପତ୍ର ବ୍ୟତୀତ), ଜମି ଅଧି ଗ୍ରହଣ, ଚାକିରି ସମ୍ବନ୍ଧୀୟ (ଦରମା, ଭତ୍ତା ଓ ଅବସରକାଳୀନ ପ୍ରାପ୍ୟ) ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇ ପାରିବ । କେବଳ ବିଚାରଧିନ ମକଦ୍ଦମା ନୁହେଁ, ପ୍ରାକ୍-ମକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା) ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ୍ ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ (ସାଲିସ୍ ବିହୀନ ବିବାଦକୁ ବାଦ ଦେଇ), ଭରଣ ପୋଷଣ ବିବାଦ, ଅନ୍ୟାନ୍ୟ ସାଲିସ୍ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇ ପାରିବ। ଲୋକ ଅଦାଲତରେ ମକଦ୍ଦମା/ ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡ଼େ ନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ, ଚୁଡ଼ାନ୍ତ ଏବଂ ଅମଳଯୋଗ୍ୟ ।ଯଦି କୌଣସି ବିଚାରାଧିନ ମକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ, ଆଗରୁ ପଇଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇ ପାରିବ । ଦୀର୍ଘ ଦିନ ଧରି ଚାଲୁ ରହିଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ l ଏଣୁ କୋର୍ଟରେ ଆପଣଙ୍କର କୌଣସି ମକଦ୍ଦମା ବିଚାରାଧୀନ ରହିଛି କି, ବା ଆପଣଙ୍କର କାହା ସହିତ କୌଣସି ବିବାଦ ରହିଛି, ତେବେ ଆପଣ ସେ ମକଦ୍ଦମା ବିବାଦର ସହଜ ଓ ଆପୋଷ ସହମତିରେ ସମଧାନ ପାଇଁ କିମ୍ବା ସବିଶେଷ ବିବରଣୀ ନିମନ୍ତେ ବାଲିଗୁଡା କୋର୍ଟ ପରିସରରେ ଥିବା ତାଲୁକ ଆଇନ ସେବା କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ ସମିତି ତରଫରୁ ଅନୁରୋଧ କରାଯାଇଛି l

 କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ, କୋରାପୁଟ ପ୍ରଥମ ଖବର

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ