ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ପୋଷଣ-୧୫ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Apr 2, 2026 - 19:20
 0  3
ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ପୋଷଣ-୧୫ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ମାଲକାନଗିରି,୨/୪/୨୬: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏମ୍.ଭି-୭ ଜଗନ୍ନାଥପଲ୍ଲୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ପୋଷଣ-୧୫ ଏବଂ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଡୋଳାମଣି ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଏମ୍.ଏମ୍. ଅବିଦ୍ ହୁସେନ, ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ, ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ମୌସୁମୀ ମିଶ୍ର, ଖାଦ୍ୟ ନିରାପତ୍ତା ଅଧିକାରୀ ପ୍ରଭାସ କୁମାର ସେଠୀ, ଡାକ୍ତର ଡି.ପି. ରାଜ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ତପନ କୁମାର ସେନାପତି ଏବଂ ପିଓ ଇନ୍ଦିରା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ମାର୍ଗଦର୍ଶନ କରିଥିଲେ। ଉପସ୍ଥିତ ଅତିଥିମାନେ ପୋଷଣର ଗୁରୁତ୍ୱ, କୁପୋଷଣ ଯୋଗୁଁ ସୃଷ୍ଟି ହେଉଥିବା ସମସ୍ୟା ଏବଂ ସୁଷମ ଖାଦ୍ୟ ଗ୍ରହଣ କରିବାର ଉପକାରିତା ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ। ଏଥିସହିତ ସୁସ୍ଥ ଶରୀର ପାଇଁ ଖାଦ୍ୟ ନିରାପତ୍ତା ଓ ସଠିକ୍ ଜୀବନଶୈଳୀ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏ. ଈଶ୍ୱର ରାଓ ସମସ୍ତ ଅତିଥି ଓ ଅଂଶଗ୍ରହଣକାରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଆଗାମୀ ଦିନରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣଙ୍କ ମଧ୍ୟରେ ପୋଷଣ ସମ୍ପର୍କିତ ସଚେତନତା ସୃଷ୍ଟି କରିବା ପାଇଁ ଅଧିକରୁ ଅଧିକ ସଭା ଓ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ