ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ଥ୍ୟ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଡାକ୍ତର ମାନସ ରଞ୍ଜନ ପଣ୍ଡା

Oct 5, 2026 - 21:10
 0  7
ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ଥ୍ୟ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଡାକ୍ତର ମାନସ ରଞ୍ଜନ ପଣ୍ଡା

*ମାଲକାନଗିରି,୫/୧୦/୨୬:* ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ଥ୍ୟ ଅଧିକାରୀ ଭାବେ ଡାକ୍ତର ମାନସ ରଞ୍ଜନ ପଣ୍ଡା ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଆବିଦ୍ ହୁସେନ୍ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ଏହା ପୂର୍ବରୁ ଡାକ୍ତର ପଣ୍ଡା ବ୍ରହ୍ମପୁର ମହାନଗର ନିଗମର ସ୍ୱାସ୍ଥ୍ୟ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ଦାୟିତ୍ୱ ଗ୍ରହଣ ସମୟରେ ଡିପିଏମ୍ ମୌସୁମୀ ମିଶ୍ରଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ନୂତନ ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ଡାକ୍ତର ପଣ୍ଡା କହିଛନ୍ତି ଯେ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ଲୋକଙ୍କୁ ଗୁଣାତ୍ମକ ଓ ସୁଲଭ ସ୍ୱାସ୍ଥ୍ୟସେବା ଯୋଗାଇଦେବା ଆମର ମୁଖ୍ୟ ଲକ୍ଷ୍ୟ। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟ କେନ୍ଦ୍ରଗୁଡ଼ିକର ସୁଦୃଢ଼ୀକରଣ ଏବଂ ସରକାରୀ ସ୍ୱାସ୍ଥ୍ୟ ଯୋଜନାଗୁଡ଼ିକୁ ସୂଚାରୁରୂପେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଆମେ ମିଳିମିଶି ନିଷ୍ଠାର ସହ କାର୍ଯ୍ୟ କରିବୁ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ