ମାଲିକାନଗିରି ଜିଲ୍ଲାରେ ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଆୟୋଜିତ

Jan 21, 2026 - 19:20
 0  21
ମାଲିକାନଗିରି ଜିଲ୍ଲାରେ ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଆୟୋଜିତ

ମାଲକାନଗିରି, ୨୧/୧/୨୬: ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା, କଟକ ତରଫରୁ ଆଜି ମାଲକାନଗିରି ଜିଲ୍ଲାର ୩ ଟି କେନ୍ଦ୍ରକୁ ନେଇ ସୁରୁଖୁରୁରେ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଯୋଗ୍ୟତା ପରୀକ୍ଷା ଆୟୋଜିତ ସମ୍ପନ୍ନ ହୋଇଯାଇଅଛି, ଯାହାକୁ ପରିଚାଳନା କରିଥିଲା ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ, ମାଲକାନଗିରି ଜିଲ୍ଲା। ମୋଟ ପିଲା ପରୀକ୍ଷା ଦେବାର ସୁବ୍ୟବସ୍ଥା କରାଯାଇଥିଲା । ଜିଲ୍ଲା ଶିକ୍ଷା ଅଧିକାରୀ, ମାଲକାନଗିରି ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ତରଫରୁ ଯାହା ସୂଚନା ପ୍ରାପ୍ତ ହୋଇଅଛି ୩ଟି କେନ୍ଦ୍ରରେ ସର୍ବମୋଟ ସଂଖ୍ୟକ ୭୩୮ ପରିକ୍ଷାର୍ଥୀ ଭାଗ ନେଇଥିଲେ । ଅତିରିକ୍ତ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ ଓ ଭାଗୀରଥି ବେହେରା, ଜିଲ୍ଲା ବିଜ୍ଞାନ ନୀରିକ୍ଷକ ଜଗନ୍ନାଥ ବେହେରା କେନ୍ଦ୍ର ସବୁ ନିରୀକ୍ଷଣ କରିଥିବା ବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନିଜ ନିଜ ବ୍ଲକର କେନ୍ଦ୍ରକୁ ପରିଚାଳନା କରିଥିଲେ।

What's Your Reaction?

Like Like 0
Dislike Dislike 0
Love Love 0
Funny Funny 0
Angry Angry 0
Sad Sad 0
Wow Wow 0
FIRST NEWS ODISHA ଗରିବ ଅସହାୟ ଲୋକଙ୍କ ସେବାରେ